Posted inଖେଳ

ସନ୍ୟାସ ନେବେ ରୋହିତ ଶର୍ମା! ମେଲବର୍ନ ଟେଷ୍ଟ ପରେ ଅବସରକୁ ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩୦।୧୨: ମେଲବର୍ନ ଟେଷ୍ଟରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଅଷ୍ଟ୍ରେଲିଆ ପଞ୍ଚମ ଦିନରେ ୧୮୪ ରନ ବ୍ୟବଧାନରେ ଭାରତକୁ ପରାସ୍ତ କରିଛି। ଏହି ପରାଜୟ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଅବସର ଖବର କ୍ରମାଗତ ଭାବେ ଚର୍ଚ୍ଚାରେ ଅଛି। କିନ୍ତୁ ବର୍ତ୍ତମାନ ସେ ସମସ୍ତ କଳ୍ପନାଜଳ୍ପନାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ରୋହିତ ଶର୍ମା କହିଛନ୍ତି ଯେ ମୁଁ ପୂର୍ବରୁ ଜାଣି ନାହିଁ କ’ଣ ହୋଇଛି? କିନ୍ତୁ ଏହା ସତ୍ୟ ଯେ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ ଭାବରେ କିଛି ଫଳାଫଳ ନିରାଶାଜନକ ଅଟେ। ଏହାକୁ ନେଇ ମୁଁ ଚିନ୍ତାରେ ଅଛି।

ରୋହିତ ଶର୍ମା କହିଛନ୍ତି ଯେ ଏହି ପରାଜୟ ମାନସିକ ସ୍ତରରେ ବିଚଳିତ କରିବ, ଏଥିରେ କୌଣସି ସନ୍ଦେହ ନାହିଁ। ଯଦି ରଣନୀତି ସଠିକ ଭାବରେ କାର୍ଯ୍ୟକାରୀ କରିବାରେ ବିଫଳ ହୁଏ, ତେବେ ନିରାଶା ସ୍ବାଭାବିକ, ଏହା ଏକ ନିରାଶାଜନକ ମୁହୂର୍ତ୍ତ । ଏଥି ସହିତ ରୋହିତ ଶର୍ମା ତାଙ୍କ ଅବସର ନେଇଥିବା କଳ୍ପନାକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାଖ୍ୟାନ କରିଛନ୍ତି। ଅବସର ନେଇଥିବା ପ୍ରଶ୍ନ ଉପରେ ସେ କହିଛନ୍ତି ଯେ ଆଜି ମୁଁ ଯେଉଁଠାରେ ଅଛି ସେଠାରେ ରହିଛି, ମୋତେ ବ୍ୟକ୍ତିଗତ ତଥା ଦଳ ସ୍ତରରେ ଉନ୍ନତ କାର୍ଯ୍ୟ କରିବା ଆବଶ୍ୟକ।

ଟି-୨୦ ବିଶ୍ୱକପ ଜିତିବା ପରେ ରୋହିତ ଏହି ଫର୍ମାଟକୁ ଅଲବିଦା କହିଥିଲେ। ସେ କେବଳ ଦିନିକିଆ ଓ ଟେଷ୍ଟ ଖେଳୁଛନ୍ତି। କିନ୍ତୁ ଟେଷ୍ଟରେ ରୋହିତଙ୍କ ସେହି ଜଲୱା ନାହିଁ। ପିଙ୍କ ବଲ ଟେଷ୍ଟରେ ଭାରତ ହାରିଥିବା ବେଳେ ଗାବାରେ କଷ୍ଟମଷ୍ଟେ ମ୍ୟାଚ ଡ୍ର ହୋଇଥିଲା। ଆଜି ମେଲବର୍ନ ଟେଷ୍ଟରେ ଭାରତ ୧୮୪ ରନରେ ଅଷ୍ଟ୍ରେଲିଆ ଠାରୁ ହାରିଛି। ଏହି ପରାଜୟ ଭାରତୀୟଙ୍କୁ ବେଶ ବାଧିଛି। କାରଣ ଆଜିର ପରାଜୟ ପରେ ଭାରତର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଖେଳିବାର ସ୍ବପ୍ନ ମଧ୍ୟ ଏକପ୍ରକାରର ଧୂଳିସାତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri