Posted inଖେଳ

ଏମିତି କାମ କରି ସ୍ତ୍ରୀଙ୍କୁ ଡରାଇଲେ ରୋହିତ ଶର୍ମା

ଦୁବାଇ,୫।୧୦: ଆଇପିଏଲ ୨୦୨୧ରେ ଟାଇଟଲ ବିଜୟରେ ହ୍ୟାଟ୍ରିକ କରିବା ଠାରୁ ବହୁ ଦୂରରେ ଅଛି ମୁମ୍ବାଇ ଇଣ୍ଡିଆନ୍ସ। କିନ୍ତୁ ଅଧିନାୟକ ରୋହିତ ଶର୍ମା ତାଙ୍କ ସାଥୀ ଖେଳାଳିଙ୍କ ମନୋବଳ ବଢାଇବା ସହ ସେମାନଙ୍କୁ ଉତ୍ସାହିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ଲେ ଅଫ୍‌କୁ ଯିବା ପାଇଁ ଦଳ ଯଥାସମ୍ଭବ ଉଦ୍ୟମ କରିବାକୁ ଚେଷ୍ଟା କରୁଛି। ପଏଣ୍ଟ ଟେବୁଲରେ ପଏଣ୍ଟ ଏବଂ ନେଟ ରନ-ରେଟ ବୃଦ୍ଧି ହେଲେ ମୁମ୍ବାଇ ଇଣ୍ଡିଆନ୍ସ ଦଳ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିବ, କାରଣ ପଞ୍ଜାବ କିଙ୍ଗସ, ରାଜସ୍ଥାନ ରୟାଲ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ୧୦-୧୦ ପଏଣ୍ଟରେ ରହିଛି। ଏହି ସବୁ ମଧ୍ୟରେ ରୋହିତ ଶର୍ମା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ ସେ ତାଙ୍କ ସ୍ତ୍ରୀଙ୍କୁ ଭୟଭୀତ କରୁଥିବାର ନଜର ଆସିଛନ୍ତି।
ରୋହିତ ଶର୍ମା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରୁ ଏକ ମଜାଦାର ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ରୋହିତଙ୍କ ସ୍ତ୍ରୀ ରିତିକା ସଜଦେହ ମଧ୍ୟ ନଜର ଆସିଛନ୍ତି। ଏହି ଭିଡିଓକୁ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ଏହି ଭିଡିଓରେ ରୋହିତ ସ୍ତ୍ରୀଙ୍କ ସହ ଥଟ୍ଟା କରୁଥିବା ନଜର ଆସିଛନ୍ତି। ଏହି ଭିଡିଓକୁ ରୋହିତ ଶର୍ମା ନିଜେ ସୁଟ କରିଛନ୍ତି। ସେ ପ୍ରଥମେ ଦର୍ଶାଇଥିଲେ ଯେ ତାଙ୍କ ହାତରେ ଚକୋଲେଟ ଅଛି ଏବଂ ପରେ ସେ ଚକୋଲଟଟିକୁ ହାତରେ ରଖି ମୁଠା ବନ୍ଦ ସିଧା ରିତିକାଙ୍କ ପାଖକୁ ଯାଇଥିଲେ। ଏଭଳି ପରିସ୍ଥିତିରେ ରିତିକା ଭାବିଥିଲେ ଯେ ରୋହିତ ତାଙ୍କ ହାତରେ କିଛି ଭୟାନକ ଜିନିଷ ଲୁଚାଇ ରଖିଛନ୍ତି, କାରଣ ଭିଡିଓରେ ରୋହିତ ରିତିକାଙ୍କୁ ତାଙ୍କ ହାତ ଛୁଇଁ କ’ଣ ଅଛି କୁହ ବୋଲି କହିଛନ୍ତି। ରିତିକା ଏହା ଦେଖି ଭୟଭୀତ ହୋଇ ପଛକୁ ଯାଇଛନ୍ତି। ରୋହିତ ତାଙ୍କୁ ବାରମ୍ବାର ମୁଠା ଖୋଲିବାକୁ କୁହନ୍ତି। କ୍ୟାମେରା ପଛରୁ ରୋହିତ କୁହନ୍ତି, ତୁମେ ଭାବୁଛ କି, ରିତିକା ମୁଁ ତୁମକୁ ଡାରାଉଛି, ମୁଁ ରାଣ ପକାଉଛି କରୁଛି … ଥରେ ମୋ ମୁଠା ଖୋଲି ଦିଅ। ରୋହିତଙ୍କ ଫ୍ରାଙ୍କ୍‌ କରି ସଫଳ ହେବା ପରେ ରିତିକା ହସିଥିଲେ। ଉଭୟ ଏବେ ସଂଯୁକ୍ତ ଆରବ ଏମିରେଟ୍ସରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର,

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri