Posted inଖେଳ

ଅଷ୍ଟ୍ରେଲିଆ ସିରିଜ୍‌ ନ ଖେଳି ମଧ୍ୟ ଏହି ସ୍ବତନ୍ତ୍ର ରେକର୍ଡର ଅଧିକାରୀ ରୋହିତ ଶର୍ମା

ନୂଆଦିଲ୍ଲୀ,୩।୧୨: ଆହତ କାରଣରୁ ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ଦଳର ଅଂଶ ହୋଇ ନ ଥିଲେ ଭାରତୀୟ ଓପନର୍‌ ରୋହିତ ଶର୍ମା । ଏହା ସତ୍ତ୍ୱେ ସେ ଏକଦିବସୀୟ କ୍ରିକେଟରେ ଭାରତ ପାଇଁ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ। ରୋହିତ ଶର୍ମା ଭାରତୀୟ ଖେଳାଳି ଭାବରେ ଚଳିତ ବର୍ଷ ଏକଦିବସୀୟ କ୍ରିକେଟରେ ସବୁଠୁ ବଡ ଇନିଂସ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଶତକ ହାସଲ କରିନାହାନ୍ତି। ଚଳିତ ବର୍ଷ ଜାନୁଆରୀରେ ବେଙ୍ଗାଲୁରୁରେ ଅଷ୍ଟ୍ରେଲିଆ ବିପକ୍ଷରେ ରୋହିତ ୧୧୯ ରନ ସଂଗ୍ରହ କରିଥିଲେ, ଯାହା ଚଳିତ ବର୍ଷ ଏକଦିବସୀୟ କ୍ରିକେଟରେ ଜଣେ ଭାରତୀୟଙ୍କ ଶ୍ରେଷ୍ଠ ଇନିଂସ ଥିଲା। ରୋହିତଙ୍କ ନାଁରେ ପୁଣିଥରେ ଗୋଟିଏ ବଡ କୀର୍ତ୍ତିମାନ ଯୋଡି ହୋଇଯାଇଛି। ସେ କ୍ରମାଗତ ୮ମଥର ପାଇଁ ଦିନିକିଆରେ ଭାରତ ପକ୍ଷରୁ ସର୍ବାଧିକ ବ୍ୟକ୍ତିଗତ ରନ ହାସଲ ଖେଳାଳି ଭାବେ ବର୍ଷ ଶେଷ କରିଛନ୍ତି। ପ୍ରମଥର ଯେ ରୋହିତ ଶର୍ମା ଭାରତ ପାଇଁ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରି ବର୍ଷ ଶେଷ କରି ନାହାନ୍ତି। ଏହାକୁ ମିଶାଇ ୨୦୧୩ରୁ ରୋହିତ କ୍ରମାଗତ ୧ନଂ ସ୍ଥାନରେ ରହି ଆସୁଛନ୍ତି। ରୋହିତ ୨୦୧୩ରେ ୨୦୯, ୨୦୧୪ରେ ୨୬୪, ୨୦୧୫ରେ ୧୫୦, ୨୦୧୬ରେ ୧୭୧ ନଟଆଉଟ, ୨୦୧୭ରେ ୨୦୮ ନଟ ଆଉଟ, ୨୦୧୮ରେ ୧୫୨, ୨୦୧୯ରେ ୧୫୯ ଓ ୨୦୨୦ରେ ୧୧୯ ରନ କରିଥିଲେ। ସୂଚନାଯୋଗ୍ୟ, ରୋହି ଶର୍ମା ଆହତ କାରଣରୁ ଅଷ୍ଟ୍ରେଲିଆ ଏକଦିବସୀୟ ଏବଂ ଟି-୨୦ ସିରିଜ୍‌ରୁ ବାଦ୍‌ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri