ମୁଣ୍ଡରେ ହାତ ଦେଲେ ରୋହିତ ଶର୍ମା

ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଦୌ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ ଜିତି ନାହିଁ। ଦଳ କ୍ରମାଗତ ୭ଟି ପରାଜୟ ହାସଲ କରିଛି। ଆଇପିଏଲ ଇତିହାସରେ ୫ଥର ଚାମ୍ପିଅନ ଦଳର ଏହା ସବୁଠାରୁ ଖରାପ ପ୍ରଦର୍ଶନ। ଟୁର୍ନାମେଣ୍ଟର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୩ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ମ୍ୟାଚ୍‌ରେ ପ୍ରଥମ ଖେଳି ମୁମ୍ବାଇ ୭ ଉଇକେଟ ପାଇଁ ୧୫୫ ରନ ସଂଗ୍ରହ କରିଥିଲା। ଏହାର ଜବାବାରେ ସିଏସକେ ସ୍ଥିତି ଖରାପ ଥିଲା। ଶେଷ ବଲରୁ ଜିତିବା ପାଇଁ ସିଏସ୍‌କେକୁ ରନ ସ୍କୋର କରିବାକୁ ପଡିଲା। ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନୀ ଜୟଦେବ ଉନାଦକତଙ୍କ ବଲ୍‌ରେ ଚୌକା ମାରି ଦଳକୁ ରୋମାଞ୍ଚକର ବିଜୟ ପ୍ରଦାନ କରିଥିଲେ। ୩ ଚୌକା ଏବଂ ଗୋଟିଏ ଛକା ସହାୟତାରେ ସେ ୧୩ଟି ବଲରୁ ୨୮ରେ ଅପରାଜିତ ରହିଥିଲେ। ଧୋନୀ ମୁମ୍ବାଇ ବିପକ୍ଷ ମ୍ୟାଚରେ ବିଜୟୀ ଚୌକା ମାରିବା ମାତ୍ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ତାଙ୍କ ମୁଣ୍ଡରେ ହାତ ଦେଇଥିଲେ। ସେ ପରାଜୟକୁ ବିଶ୍ୱାସ କରିପାରିଲେ ନାହିଁ। ରୋହିତଙ୍କ ଅଧିନାୟକତ୍ୱରେ ମୁମ୍ବାଇର ଦଳ ଗତ ସିଜନରେ ମଧ୍ୟ ପ୍ଲେ ଅଫରେ ପ୍ରବେଶ କରିପାରି ନ ଥିଲା। ଚଳିତ ସିଜନରେ ମଧ୍ୟ କ୍ରମାଗତ ୭ ମ୍ୟାଚ୍‌ ହାରିବା ପରେ ପ୍ଲେ ଅଫ ପହଞ୍ଚିବା ତାଙ୍କ ପକ୍ଷେ ଅସମ୍ଭବ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri