ମୁଣ୍ଡରେ ହାତ ଦେଲେ ରୋହିତ ଶର୍ମା

ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଦୌ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ ଜିତି ନାହିଁ। ଦଳ କ୍ରମାଗତ ୭ଟି ପରାଜୟ ହାସଲ କରିଛି। ଆଇପିଏଲ ଇତିହାସରେ ୫ଥର ଚାମ୍ପିଅନ ଦଳର ଏହା ସବୁଠାରୁ ଖରାପ ପ୍ରଦର୍ଶନ। ଟୁର୍ନାମେଣ୍ଟର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୩ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ମ୍ୟାଚ୍‌ରେ ପ୍ରଥମ ଖେଳି ମୁମ୍ବାଇ ୭ ଉଇକେଟ ପାଇଁ ୧୫୫ ରନ ସଂଗ୍ରହ କରିଥିଲା। ଏହାର ଜବାବାରେ ସିଏସକେ ସ୍ଥିତି ଖରାପ ଥିଲା। ଶେଷ ବଲରୁ ଜିତିବା ପାଇଁ ସିଏସ୍‌କେକୁ ରନ ସ୍କୋର କରିବାକୁ ପଡିଲା। ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନୀ ଜୟଦେବ ଉନାଦକତଙ୍କ ବଲ୍‌ରେ ଚୌକା ମାରି ଦଳକୁ ରୋମାଞ୍ଚକର ବିଜୟ ପ୍ରଦାନ କରିଥିଲେ। ୩ ଚୌକା ଏବଂ ଗୋଟିଏ ଛକା ସହାୟତାରେ ସେ ୧୩ଟି ବଲରୁ ୨୮ରେ ଅପରାଜିତ ରହିଥିଲେ। ଧୋନୀ ମୁମ୍ବାଇ ବିପକ୍ଷ ମ୍ୟାଚରେ ବିଜୟୀ ଚୌକା ମାରିବା ମାତ୍ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ତାଙ୍କ ମୁଣ୍ଡରେ ହାତ ଦେଇଥିଲେ। ସେ ପରାଜୟକୁ ବିଶ୍ୱାସ କରିପାରିଲେ ନାହିଁ। ରୋହିତଙ୍କ ଅଧିନାୟକତ୍ୱରେ ମୁମ୍ବାଇର ଦଳ ଗତ ସିଜନରେ ମଧ୍ୟ ପ୍ଲେ ଅଫରେ ପ୍ରବେଶ କରିପାରି ନ ଥିଲା। ଚଳିତ ସିଜନରେ ମଧ୍ୟ କ୍ରମାଗତ ୭ ମ୍ୟାଚ୍‌ ହାରିବା ପରେ ପ୍ଲେ ଅଫ ପହଞ୍ଚିବା ତାଙ୍କ ପକ୍ଷେ ଅସମ୍ଭବ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?