Posted inଖେଳ

‘ରୋହିତ ଖେଳିବା ଉଚିତ ନୁହେଁ, ସେ ବେହୋସ୍‌ ହୋଇଯିବେ’

ନୂଆଦିଲ୍ଲୀ,୨୪।୭: ଟିମ୍‌ ଇଣ୍ଡିଆର ନୂଆ ହେଡ୍‌ କୋଚ୍‌ ଗୌତମ ଗମ୍ଭୀର ନିକଟରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ ଏଭଳି କଥା କହିଥିଲେ , ଯାହାକୁ ନେଇ ପ୍ରଶଂସକ ଖୁସି ହୋଇଯାଇଥିଲେ। ଯେତେବେଳ ଯାଏ ଉଭୟ ଚାହିଁବେ ଦିନିକିଆ ଖେଳିପାରିବେ। ଯଦି ସେମାନେ ଫିଟ୍‌ ରହିଲେ ତେବେ ଦିନିକିଆ ବିଶ୍ୱକପ୍‌ ୨୦୨୭ରେ ଖେଳୁଥିବା ନଜର ଆସିବେ ବୋଲି ଗମ୍ଭୀର କହିଥିଲେ। ହେଲେ ଏହି ମନ୍ତବ୍ୟକୁ ନେଇ ପୂର୍ବତନ କ୍ରିକେଟର କୃଷ୍ଣମ୍ମାଚାରୀ ଶ୍ରୀକାନ୍ତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏକ ୟୁଟ୍ୟୁବ୍‌ ଲାଇଭ୍‌ରେ ରୋହିତ ଶର୍ମାଙ୍କ ଫିଟ୍‌ନେସ ଉପରେ ସେ ପ୍ରଶ୍ନ ଉଠାଇଛନ୍ତି। ଏପରିକି ରୋହିତଙ୍କୁ ୨୦୨୭ ବିଶ୍ୱକପ୍‌ ଖେଳିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।

ଶ୍ରୀକାନ୍ତ ପୁଅ ଅନିରୁଦ୍ଧଙ୍କ ସହ ଆଲୋଚନା ବେଳେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ‘ବିରାଟ କୋହଲି ଜଣେ ଚାମ୍ପିଅନ ଖେଳାଳି। ରୋହିତଙ୍କୁ ୨୦୨୭ ବିଶ୍ୱକପ୍‌ ଖେଳିବା ଉଚିତ ନୁହେଁ। ସେ ଦକ୍ଷିଣ ଆଫ୍ରିକାରେ ବେହୋସ୍‌ ହୋଇଯିବେ। ’ ଏହି ବୟାନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ରୋହିତଙ୍କ ପ୍ରଶଂସକ ତାଙ୍କୁ ଟ୍ରୋଲ କରୁଛନ୍ତି।

ତେବେ ପୂର୍ବରୁ ମଧ୍ୟ ରୋହିତଙ୍କୁ ନେଇ ଶ୍ରୀକାନ୍ତ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଆଇପିଏଲ୍‌ ୨୦୨୪ ସମୟରେ ସେ ରୋହିତଙ୍କୁ ତାଙ୍କ ନାମ ବଦଳାଇ ‘ନୋ ହିଟ୍‌ ଶର୍ମା’ ରଖିବାକୁ କହିଥିଲେ। ପରେ ଜବରଦସ୍ତ ପ୍ରଦର୍ଶନ କରି ରୋହିତ ତାଙ୍କ ମୁହଁ ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri