Posted inଖେଳ

ପଡିଆରେ ଏହି କ୍ରିକେଟର୍‌ଙ୍କୁ ଚାପୁଡା ମାରିଲେ ରୋହିତ ଶର୍ମା

ଚେନ୍ନାଇ,୧୫।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଏକ ମଜାଦାର ଘଟଣା ଘଟିଥିଲା । ଦ୍ୱିତୀୟ ଦିନରେ ଭାରତର ପ୍ରଥମ ଇନିଂସ ୩୨୯ରେ ଶେଷ ହୋଇଥିବାବେଳେ ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ମାତ୍ର ୧୩୪ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଭାରତୀୟ ସ୍ପିନରଙ୍କ ସାମ୍ନାରେ ଖେଳି ପାରି ନ ଥିଲେ। ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ୪୩ ରନ ପାଇଁ ୫ଟି ଉଇକେଟ ନେଇଥିବା ବେଳେ ଅକ୍ଷର ପଟେଲ ୨ଟି ଉଇକେଟ ନେଇଥିଲେ। ଏହି ସମୟରେ ରୋହିତ ଶର୍ମା ଇଂଲଣ୍ଡ ଖେଳାଳିମାନେ ଆଉଟ୍‌ ହୋଇ ପାଲିଲିୟନ୍‌କୁ ଫେରୁଥିବାବେଳେ ଭାରତୀୟ ଖେଲାଳିମାନେ ଏକାଠି ହୋଇ ଉତ୍ସବ ମନାଉଥିଲେ। ଏହି ସମୟରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତଙ୍କୁ ରୋହିତ ଶର୍ମା ଚାପୁଡ଼ା ମାରିଥିବା ଦେଖାଯାଇଥିଲା। ଏହି ଘଟଣାର ଭିଡିଓ ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ଚେନ୍ନାଇ ଟେଷ୍ଟରେ ରିଷଭ ପନ୍ତ ବ୍ୟାଟିଂ ଏବଂ ଉଇକେଟ କିପିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ପ୍ରଥମ ଇନିଂସରେ ପନ୍ତ ୭୭ଟି ବଲରେ ୭ ଚୌକା ଓ ୩ଟି ଛକା ସହ ଅପରାଜିତ ୫୮ ରନ ସଂଗ୍ରହ କରିଥିଲେ। ଟେଷ୍ଟ ମ୍ୟାଚ୍‌ରେ ପନ୍ତଙ୍କ ଏହା କ୍ରମାଗତ ଚତୁର୍ଥ ଅର୍ଦ୍ଧଶତକ। ଚେନ୍ନାଇ ଟେଷ୍ଟର ପ୍ରଥମ ଇନିଂସରେ ସେ ୮୮ ବଲରେ ୯୧ରନ ସଂଗ୍ରହ କରିଥିଲେ। ଏହାପୂର୍ବରୁ ଅଷ୍ଟ୍ରେଲିଆ ଗସ୍ତରେ ପନ୍ତ ସିଡନୀ ଟେଷ୍ଟରେ ୯୭ ଏବଂ ବ୍ରିସବେନର ଗାବା ଗ୍ରାଉଣ୍ଡରେ ଅପରାଜିତ ୮୯ ରନ କରିଥିଲେ।

 

View this post on Instagram

 

A post shared by Virender Sehwag (@virendersehwag)


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri