Posted inଖେଳ

ପଡିଆରେ ଏହି କ୍ରିକେଟର୍‌ଙ୍କୁ ଚାପୁଡା ମାରିଲେ ରୋହିତ ଶର୍ମା

ଚେନ୍ନାଇ,୧୫।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଏକ ମଜାଦାର ଘଟଣା ଘଟିଥିଲା । ଦ୍ୱିତୀୟ ଦିନରେ ଭାରତର ପ୍ରଥମ ଇନିଂସ ୩୨୯ରେ ଶେଷ ହୋଇଥିବାବେଳେ ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ମାତ୍ର ୧୩୪ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଭାରତୀୟ ସ୍ପିନରଙ୍କ ସାମ୍ନାରେ ଖେଳି ପାରି ନ ଥିଲେ। ଭାରତ ପକ୍ଷରୁ ରବିଚନ୍ଦ୍ରନ ଅଶ୍ୱିନ ୪୩ ରନ ପାଇଁ ୫ଟି ଉଇକେଟ ନେଇଥିବା ବେଳେ ଅକ୍ଷର ପଟେଲ ୨ଟି ଉଇକେଟ ନେଇଥିଲେ। ଏହି ସମୟରେ ରୋହିତ ଶର୍ମା ଇଂଲଣ୍ଡ ଖେଳାଳିମାନେ ଆଉଟ୍‌ ହୋଇ ପାଲିଲିୟନ୍‌କୁ ଫେରୁଥିବାବେଳେ ଭାରତୀୟ ଖେଲାଳିମାନେ ଏକାଠି ହୋଇ ଉତ୍ସବ ମନାଉଥିଲେ। ଏହି ସମୟରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତଙ୍କୁ ରୋହିତ ଶର୍ମା ଚାପୁଡ଼ା ମାରିଥିବା ଦେଖାଯାଇଥିଲା। ଏହି ଘଟଣାର ଭିଡିଓ ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ଚେନ୍ନାଇ ଟେଷ୍ଟରେ ରିଷଭ ପନ୍ତ ବ୍ୟାଟିଂ ଏବଂ ଉଇକେଟ କିପିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ପ୍ରଥମ ଇନିଂସରେ ପନ୍ତ ୭୭ଟି ବଲରେ ୭ ଚୌକା ଓ ୩ଟି ଛକା ସହ ଅପରାଜିତ ୫୮ ରନ ସଂଗ୍ରହ କରିଥିଲେ। ଟେଷ୍ଟ ମ୍ୟାଚ୍‌ରେ ପନ୍ତଙ୍କ ଏହା କ୍ରମାଗତ ଚତୁର୍ଥ ଅର୍ଦ୍ଧଶତକ। ଚେନ୍ନାଇ ଟେଷ୍ଟର ପ୍ରଥମ ଇନିଂସରେ ସେ ୮୮ ବଲରେ ୯୧ରନ ସଂଗ୍ରହ କରିଥିଲେ। ଏହାପୂର୍ବରୁ ଅଷ୍ଟ୍ରେଲିଆ ଗସ୍ତରେ ପନ୍ତ ସିଡନୀ ଟେଷ୍ଟରେ ୯୭ ଏବଂ ବ୍ରିସବେନର ଗାବା ଗ୍ରାଉଣ୍ଡରେ ଅପରାଜିତ ୮୯ ରନ କରିଥିଲେ।

 

View this post on Instagram

 

A post shared by Virender Sehwag (@virendersehwag)


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri