Posted inଖେଳ

ରୋହିତଙ୍କ ବଡ଼ ବୟାନ

ଆବୁଧାବି,୪।୧୧: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ବୁଧବାର ଭାରତ ବିଜେତା ହୋଇଛି। ଏହି ମ୍ୟାଚ୍‌ରେ ଭାରତର ଓପନର ରୋହତି ଶର୍ମା ଉଲ୍ଲେଖନୀୟ ପାଳି ଖେଳିଥିଲେ। ଏଥିପାଇଁ ତାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ଭାବେ ଚୟନ କରାଯାଇଥିଲା। ସେ ୪୭ ବଲ୍‌ରେ ୮ ଚୌକା ଏବଂ ୩ ଛକା ସହାୟତାରେ ୭୪ ରନ୍‌ କରିଥିଲେ। ରୋହିତ ଏବଂ କେଏଲ୍‌ ରାହୁଲ(୬୯)ଙ୍କ ଭାଗିଦାରୀ ଯୋଗୁ ଭାରତ ୨୦ ଓଭରରେ ୨୧୦ ରନ୍‌ କରିଥିଲା।

ମ୍ୟାଚ୍‌ ପରେ ରୋହିତ କହିଥିଲେ, ଆମ ଆରମ୍ଭ ଭଲ ଥିଲା, ଯାହାକି ଦୁର୍ଭାଗ୍ୟବଶତଃ ପ୍ରଥମ ୨ ମ୍ୟାଚ୍‌ରେ ହୋଇପାରି ନ ଥିଲା। ପ୍ରଥମରୁ ଭଲ ଖେଳିଲେ ପରବର୍ତ୍ତୀ ବ୍ୟାଟ୍ସମ୍ୟାନଙ୍କ ଉପରେ ଚାପ ରହିବ ନାହିଁ ବୋଲି ଯୋଜନା କରିଥିଲୁ। କେଏଲ୍‌ ଭଲ ଖେଳିଥିଲେ। ଆଫଗାନିସ୍ତାନ ସମସ୍ତ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିଥିଲା। ଆମେ ବି ଫିଲ୍ଡିଂ କରିବାକୁ ଚାହୁଁଥିଲୁ। ହେଲେ ଏହି ପିଚ୍‌ ବ୍ୟାଟିଂ ପାଇଁ ଭଲ ଥିଲା। ଆମ ଟିମ୍‌ ପାଇଁ ଭଲ ଆରମ୍ଭ ସହ ସମ୍ମାନଜନକ ସ୍କୋରର ଆବଶ୍ୟକତା ଥିଲା। ରନ୍‌ରେଟ୍‌ ପ୍ରମୁଖ ଭୂମିକା ରହିବ ବୋଲି ଆମେ ଭାବିଥିଲୁ। ଆମେ ଅଧିକ ରନ୍‌ରେ ବିଜେତା ହେବାକୁ ଚାହୁଁଥିଲୁ। ଆମେ ସେଭଳି କରିପାରିଥିବାରୁ ବହୁତ ଖୁସି ଅଛୁ। ଦଳର ଆବଶ୍ୟକତା ବେଳେ ନିଜର ଯୋଗଦାନ ଦେଇପାରିବାର ଚେଷ୍ଟା ମୁଁ କରିଆସିଛି। ସବୁବେଳ ପିଚ୍‌ କିଭଳି ବ୍ୟବହାର କରୁଛି ଜାଣିବା ପରେ ଖେଳେ। ହେଲେ ଏହି ମ୍ୟାଚ୍‌ରେ କିଛି ଭିନ୍ନ ଭାବେ ଖେଳିବାକୁ ଚାହୁଁଥିଲି ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri