Posted inଖେଳ

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ ନେଇ ସେ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକର ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ ସହ ଏକ ବିଶେଷ ଆଲୋଚନା କରିଛନ୍ତି। ଜୁନ୍ ୧ ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ତେବେ ଏହି ଖବରକୁ ରୋହିତ ଗୁଜବ ବୋଲି କହିଛନ୍ତି।

ଆଇସିସି ପୁରୁଷ ଟି -୨୦ ବିଶ୍ୱକପ ୨୦୨୪ ଆରମ୍ଭ ପାଇଁ ବହୁତ କମ୍ ସମୟ ବାକି ଅଛି। ଆସନ୍ତା ଟି -୨୦ ବିଶ୍ୱକପ ଜୁନ୍ ୧ ରୁ ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକାରେ ଖେଳାଯିବ। କିଛି ଦିନ ମଧ୍ୟରେ ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯିବ। ଏଥିପାଇଁ ଅଜିତ ଅଗରକରଙ୍କ ନେତୃତ୍ୱରେ ଭାରତୀୟ ଚୟନକର୍ତ୍ତାଙ୍କ ବୈଠକ ଏହି ମାସର ଶେଷ ତାରିଖ (ଏପ୍ରିଲ ୩୦) କିମ୍ବା ପରବର୍ତ୍ତୀ ମାସର ପ୍ରଥମ ଦିନରେ ଅନୁଷ୍ଠିତ ହୋଇପାରେ।

ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଚୟନକୁ ନେଇ ଗୁଜବ ବଜାର ଅତ୍ୟନ୍ତ ଗରମ। କେତେକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ଦଳ ଚୟନକୁ ନେଇ ଭାରତୀୟ ଅଧିନାୟକ ରୋହିତ ଶର୍ମା ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଭେଟିଛନ୍ତି। ମିଡିଆ ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ ରୋହିତ ଶର୍ମା ଏବଂ ବିରାଟ କୋହଲି ଟି -୨୦ ବିଶ୍ୱକପରେ ଖୋଲିବେ। ତେବେ ରୋହିତ ଏହି ଖବରକୁ ଏବେ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri