Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ମେଲବର୍ନ,୨୩।୧୨: ଭାରତୀୟ ଦଳ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଡିସେମ୍ବର ୩୦ରେ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଭାରତୀୟ ଶିବିରରେ ଯୋଗଦେବେ। ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ରେ ତାଲିମ ପରେ ରୋହିତ ଶର୍ମା ଡିସେମ୍ବର ୧୬ରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ସେ ଏବେ ସିଡନୀରେ ୧୪ଦିନିଆ କ୍ୱାରାଣ୍ଟାଇନ୍‌ ଅବଧି ସମାପ୍ତ କରୁଛନ୍ତି। ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ଓପନିଂ ଯୋଡି ମୟଙ୍କ ଅଗ୍ରୱାଲ ଏବଂ ପୃଥ୍ବୀ ଶ’ଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଥିଲା। ଆଡିଲେଡ ଟେଷ୍ଟର ଉଭୟ ଇନିଂସରେ ପୃଥ୍ବୀ ଶ’ ମାତ୍ର ୪ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ ଏବଂ ଉଭୟ ଥର ସେ ବୋଲ୍ଡ ହୋଇଥିଲେ। ରୋହିତ ଶର୍ମା ଦଳକୁ ଫେରିବା ପରେ ଭାରତୀୟ ଦଳରେ ଓପନିଂ ସମସ୍ୟାର ସମାଧାନ ହୋଇପାରିବ। ସେ ଗତ ବର୍ଷ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରୁ ଓପନର୍‌ ଭୂମିକା ଗ୍ରହଣ କରିବା ଆରମ୍ଭ କରିଥିଲେ। ସିଡନୀରେ କରୋନା ଭୂତାଣୁ ବୃଦ୍ଧି ପାଉଥିବାରୁ ତୃତୀୟ ଟେଷ୍ଟ ମେଲବର୍ନରେ ଖେଳାଯିବାର ସମ୍ଭାବନା ରହିଛି। ମେଲବର୍ନରେ ଦ୍ୱିତୀୟ ଟେଷ୍ଟ ଡିସେମ୍ବର୨୬ରୁ ଆରମ୍ଭ ହୋଇଥିବାବେଳେ ସିଡନୀରେ ତୃତୀୟ ଟେଷ୍ଟ ୭ରୁ ୧୧ ଜାନୁୟାରୀ ପର୍ଯ୍ୟନ୍ତ ଖେଳାଯିବ। ଯଦି ସିଡନୀରେ ପରିସ୍ଥିତି ନିୟନ୍ତ୍ରଣକୁ ନ ଆସେ, ତେବେ ତୃତୀୟ ଟେଷ୍ଟ ଅନୁଷ୍ଠିତ ହେବା ଆଶା କମ୍‌ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?