Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ମେଲବର୍ନ,୨୩।୧୨: ଭାରତୀୟ ଦଳ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଡିସେମ୍ବର ୩୦ରେ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଭାରତୀୟ ଶିବିରରେ ଯୋଗଦେବେ। ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ରେ ତାଲିମ ପରେ ରୋହିତ ଶର୍ମା ଡିସେମ୍ବର ୧୬ରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ସେ ଏବେ ସିଡନୀରେ ୧୪ଦିନିଆ କ୍ୱାରାଣ୍ଟାଇନ୍‌ ଅବଧି ସମାପ୍ତ କରୁଛନ୍ତି। ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ଓପନିଂ ଯୋଡି ମୟଙ୍କ ଅଗ୍ରୱାଲ ଏବଂ ପୃଥ୍ବୀ ଶ’ଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଥିଲା। ଆଡିଲେଡ ଟେଷ୍ଟର ଉଭୟ ଇନିଂସରେ ପୃଥ୍ବୀ ଶ’ ମାତ୍ର ୪ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ ଏବଂ ଉଭୟ ଥର ସେ ବୋଲ୍ଡ ହୋଇଥିଲେ। ରୋହିତ ଶର୍ମା ଦଳକୁ ଫେରିବା ପରେ ଭାରତୀୟ ଦଳରେ ଓପନିଂ ସମସ୍ୟାର ସମାଧାନ ହୋଇପାରିବ। ସେ ଗତ ବର୍ଷ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରୁ ଓପନର୍‌ ଭୂମିକା ଗ୍ରହଣ କରିବା ଆରମ୍ଭ କରିଥିଲେ। ସିଡନୀରେ କରୋନା ଭୂତାଣୁ ବୃଦ୍ଧି ପାଉଥିବାରୁ ତୃତୀୟ ଟେଷ୍ଟ ମେଲବର୍ନରେ ଖେଳାଯିବାର ସମ୍ଭାବନା ରହିଛି। ମେଲବର୍ନରେ ଦ୍ୱିତୀୟ ଟେଷ୍ଟ ଡିସେମ୍ବର୨୬ରୁ ଆରମ୍ଭ ହୋଇଥିବାବେଳେ ସିଡନୀରେ ତୃତୀୟ ଟେଷ୍ଟ ୭ରୁ ୧୧ ଜାନୁୟାରୀ ପର୍ଯ୍ୟନ୍ତ ଖେଳାଯିବ। ଯଦି ସିଡନୀରେ ପରିସ୍ଥିତି ନିୟନ୍ତ୍ରଣକୁ ନ ଆସେ, ତେବେ ତୃତୀୟ ଟେଷ୍ଟ ଅନୁଷ୍ଠିତ ହେବା ଆଶା କମ୍‌ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri