Posted inଖେଳ

ଗମ୍ଭୀରଙ୍କ ଯୋଗୁ ବାଦ୍‌ ପଡ଼ିନାହାନ୍ତି ପାଣ୍ଡ୍ୟା, ଋତୁରାଜ, ସାମସନ୍‌! ରୋହିତଙ୍କ ରାଜନୀତି ଯୋଗୁ କୋହଲିଙ୍କ ଭଳି…

ନୂଆଦିଲ୍ଲୀ,୧୯।୭: ଶ୍ରୀଲଙ୍କା ସିରିଜ ଲାଗି ଟିମ୍‌ ଇଣ୍ଡିଆର ଦିନିକିଆ ଏବଂ ଟି୨୦ ଦଳ ଘୋଷଣା ହେବା ପରେ ବିବାଦ ଦେଖାଯାଇଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି୨୦ ଅଧିନାୟକ ପଦରୁ ହଟାଯିବା ଅନେକଙ୍କୁ ଚକିତ କରିଛି। ଏଥିସହ ତାଙ୍କୁ ଉପଅଧିନାୟକରୁ ମଧ୍ୟ ବାଦ୍‌ ଦିଆଯାଇଛି। ତାଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ଦିନିକିଆ-ଟି୨୦ର ଉପଅଧିନାୟକ କରାଯାଇଛି।

ଋତୁରାଜ ଗାୟକଓ୍ବାଡ ମଧ୍ୟ ଉଭୟରୁ ବାହାର ହୋଇଛନ୍ତି। ସଞ୍ଜୁ ସାମସନ ଶତକ ମାରିଥିଲେ ହେଁ ଦିନିକିଆ ଟିମ୍‌ରେ ସ୍ଥାନ ମିଳିନାହିଁ। ଏସବୁ ନିଷ୍ପତ୍ତି ପରେ କ୍ରିକେଟ ପ୍ରଶଂସକମାନେ ହେଡ୍‌ କୋଚ୍‌ ଗୌତମ ଗମ୍ଭୀରଙ୍କ ଉପରେ ପ୍ରଶ୍ନ ଉଠାଉଥିବା ବେଳେ କିଛି ରିପୋର୍ଟରେ ଏହା ପଛରେ ରୋହିତ ଶର୍ମାଙ୍କ ହାତ ଥିବା ଦର୍ଶାଯାଇଛି।

ବିଶେଷଜ୍ଞଙ୍କ କହିବା ମୁତାବକ ଗମ୍ଭୀର ହେଡ୍‌ କୋଚ୍‌ ହୋଇଥିଲେ ହେଁ ଆସୁଆସୁ ଏତେ ବଡ଼ ନିଷ୍ପତ୍ତି ଏକାକି ନେଇନାହାନ୍ତି। ଦଳର ଦିଗ ଏବଂ ସ୍ଥିତି ନିର୍ଦ୍ଧାରିତ କରିବା ଲାଗି ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ରୋହିତ ଶର୍ମାଙ୍କ ହାତ ରହିଛି। ରୋହିତ ଦୀର୍ଘ ଦିନରୁ ଯୋଡ଼ି ହୋଇ ଥିବାରୁ ଦଳକୁ ବୁଝନ୍ତି ଏବଂ ତାଙ୍କ ରାୟ ଚୟନ ଟିମ୍‌ ପାଇଁ ଗୁରୁତ୍ୱ ବହନ କରେ। ହେଲେ ଚୟନ କମିଟି ବୈଠକର ଆଲୋଚନା ନେଇ କୌଣସି ସୂଚନା ଆସିନାହିଁ।

 

ଯେବେଠାରୁ ପାଣ୍ଡ୍ୟାଙ୍କୁ ଉପଅଧିନାୟକ ପଦରୁ ହଟାଯାଇଛି ରୋହିତଙ୍କ ବିରୋଧରେ ଭାରତୀୟ ପ୍ରଶଂସକ ମୋର୍ଚ୍ଚା ଖୋଲିଛନ୍ତି। ରୋହିତଙ୍କ ପ୍ରରୋଚନାରେ ଏସବୁ ହୋଇଛି ବୋଲି ସେମାନେ କହୁଛନ୍ତି। ପାଣ୍ଡ୍ୟା ଏବଂ କେ ଏଲ୍‌ ରାହୁଲଙ୍କ ସହ ରାଜନୀତି ହୋଇଛି। ଋତୁରାଜ ମଧ୍ୟ ଜିମ୍ବାଓ୍ବେରେ ଭଲ ପ୍ରଦର୍ଶନ କରିବା ସତ୍ତ୍ୱେ ଟି୨୦ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ବୋଲି ଲୋକେ ଅଭିଯୋଗ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri