Posted inଖେଳ

ଅନନ୍ତ-ରାଧିକାଙ୍କ ବିବାହରେ କାହିଁକି ସାମିଲ ହେଲେନି କୋହଲି-ରୋହିତ, ସାମ୍ନାକୁ ଆସିଲା ଏହି ବଡ଼ କାରଣ

ନୂଆଦିଲ୍ଲୀ,୧୫।୭: ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହ ୧୨ ଜୁଲାଇରେ ବହୁ ଧୂମଧାମରେ ଅନୁଷ୍ଠତ ହୋଇଯାଇଛି। ଏହି ବିବାହରେ ଅତିଥିମାନଙ୍କ ଆଗମନ କିଛି ଦିନ ପୂର୍ବରୁ ଆରମ୍ଭ ହୋଇଥିଲା। ଚଳଚ୍ଚିତ୍ର ତାରକା, ବ୍ୟବସାୟୀଙ୍କ ଠାରୁ ଆରମ୍ଭ କରି କ୍ରୀଡ଼ାବିତ୍‌ ପର୍ଯ୍ୟନ୍ତ ଅନେକ ପ୍ରସିଦ୍ଧ ଲୋକ ଏହି ଗ୍ରାଣ୍ଡ ବିବାହରେ ଯୋଗ ଦେଇଥିଲେ। କିନ୍ତୁ କିଛି କ୍ରିକେଟର ଥିଲେ ଯେଉଁମାନେ ଏହି ବିବାହରେ ଦେଖା ନ ଥିଲେ। ବିଶେଷକରି ବିରାଟ କୋହଲି ଏବଂ ରୋହିତ ଶର୍ମା ଏହି ବିବାହରୁ ଦୂରରେ ଥିଲେ।

ଟି -୨୦ ବିଶ୍ୱକପ ୨୦୨୪ ଟ୍ରଫି ଜିତିବା ଏବଂ ମୁମ୍ବାଇରେ ବିଜୟ ପରେଡରେ ଯୋଗଦେବା ପରେ ବିରାଟ କୋହଲି ତୁରନ୍ତ ଲଣ୍ଡନ ଅଭିମୁଖେ ଯାତ୍ରା କରିଥିଲେ। ଯେଉଁଠାରେ ସେ ବର୍ତ୍ତମାନ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଏବଂ ପିଲାମାନଙ୍କ ସହିତ ସମୟ ବିତାଉଛନ୍ତି। ଗୋଟିଏ ପଟେ ସେଲିବ୍ରିଟିମାନେ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହରେ ଯୋଗ ଦେଇଥିବା ବେଳେ ଷ୍ଟାର କ୍ରିକେଟର ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ଲଣ୍ଡନରେ ଏକ କୀର୍ତ୍ତନରେ ନଜର ଆସିଥିଲେ। ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମୁମ୍ବାଇରେ ଅନନ୍ତ ଅମ୍ବାନୀଙ୍କ ବିବାହ ଉତ୍ସବରେ ଯୋଗ ଦେଇନଥିଲେ। ଏହା ବଦଳରେ ତାଙ୍କୁ ଶନିବାର ଲଣ୍ଡନର ୱିମ୍ବଲଡନରେ ଦେଖିବାକୁ ମିଳିଥିଲା।

ଏହା ନୁହେଁ ଯେ ଅନନ୍ତ-ରାଧିକାଙ୍କ ବିବାହରେ କେବଳ କୋହଲି ଏବଂ ରୋହିତ ସାମିଲ ନଥିଲେ। ଅନ୍ୟ ଅନେକ କିମ୍ବଦନ୍ତୀ କ୍ରିକେଟର ମଧ୍ୟ ଏହି ବିବାହରେ ଯୋଗ ଦେଇନଥିଲେ। ଏହି ବିବାହରେ ହରଭଜନ ସିଂ ଏବଂ ଯୁବରାଜ ସିଂଙ୍କୁ ଦେଖିବାକୁ ମିଳି ନ ଥିଲା। ଏହା ବ୍ୟତୀତ ରାହୁଲ ଦ୍ରାବିଡ, ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ମଧ୍ୟ ଏହି ଗ୍ରାଣ୍ଡ ବିବାହରେ ଦେଖିବାକୁ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri