Posted inଖେଳ

ଚେତାବନୀ ଦେଲେ ରୋହିତ ଶର୍ମା

ୟୁଏଇ,୩୦।୯: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମାସରେ ୟୁଏଇ ଏବଂ ଓମାନରେ ଟି -୨୦ ବିଶ୍ୱକପ ଖେଳାଯିବ। ଏହି ଟୁର୍ନାମେଣ୍ଟ ଜିତିବା ପାଇଁ ଟିମ ଇଣ୍ଡିଆ ହେଉଛି ସବୁଠାରୁ ବଡ ଦାବିଦାର। ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସମୟରେ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ସମଗ୍ର ବିଶ୍ୱକୁ ଚେତାବନୀ ଦେଇଛନ୍ତି। ଭାରତୀୟ ଉପ-ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ, ତାଙ୍କ ଟି -୨୦ ବିଶ୍ୱ ଜିତିବା ସହ ଇତିହାସର ପୁନରାବୃତ୍ତି ପାଇଁ ସବୁକିଛି କରିବ। ୨୦୦୭ରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଭାରତ ଟି -୨୦ ବିଶ୍ୱକପର ପ୍ରଥମ ଟୁର୍ନାମେଣ୍ଟ ଜିତିଥିଲା। ଆଗାମୀ ଟୁର୍ନାମେଣ୍ଟ ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନରେ ଖେଳାଯିବ। ୨୦୦୭ ରେ ଦକ୍ଷିଣ ଆଫ୍ରିକାରେ ଟାଇଟଲ ଜିତିଥିବା ଭାରତୀୟ ଦଳର ଏକ ଅଂଶ ଥିବା ରୋହିତ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ, ଏହି ଆଇସିସି ଟି -୨୦ ବିଶ୍ୱକପ୍‌ରେ ଇତିହାସ ପୁନରାବୃତ୍ତି କରିବା ପାଇଁ ଆମ ପ୍ରତ୍ୟେକେ ଚେଷ୍ଟା କରିବୁ। ଆମେ ଏହା ପାଇଁ ଆସୁଛୁ । ମୁଁ ଏହାକୁ ଜିତିବାକୁ ଆସୁଛି। ’
ପ୍ରଥମ ଟୁର୍ନାମେଣ୍ଟରେ ହୋଇଥିବା ବିଜୟକୁ ସ୍ମରଣ କରି ରୋହିତ କହିଛନ୍ତି, ୨୪ ସେପ୍ଟେମ୍ବର ୨୦୦୭, ଜୋହାନ୍ସବର୍ଗ, ଯେଉଁ ଦିନ ଏକ ବିଲିୟନ ଲୋକଙ୍କ ସ୍ବପ୍ନ ସାକାର ହେଲା। କିଏ ସେହି ସମୟରେ ଭାବିଥିଲା ଯେ ଆମ ଭଳି କମ ଅଭିଜ୍ଞ ଦଳ ଇତିହାସ ସୃଷ୍ଟି କରିବ। ଆମେ କେବେ ହାର ମାନି ନ ଥିଲୁ ବୋଲୀ ରୋହି କହିଛନ୍ତି।
ଇଣ୍ଡିଆନ ପ୍ରିମିୟର ଲିଗରେ ମୁମ୍ବାଇ ଇଣ୍ଡିଆନ୍ସକୁ ଆଗେଇ ନେଉଥିବା ରୋହିତ ଏବଂ ଅଧିନାୟକ ବିରାଟ କୋହଲି ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ ଅପରେ ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହେବେ। ଚାରି ଶତକ ଏବଂ ୨୨ ଅର୍ଦ୍ଧଶତକ ସହିତ ହାରାହାରି ୩୨.୫୪ ହାରରେ ରୋହିତ ୧୧୧ଟି -୨୦ ଅନ୍ତର୍ଜାତୀୟରେ ୨,୮୪୬ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?