Posted inଖେଳ

ଟି୨୦ରୁ ରୋହିତ ହେବେ ବିଦା, ପ୍ରତି ଫର୍ମାଟ ଲାଗି ଭିନ୍ନ ଟିମ୍‌ !

ନୂଆଦିଲ୍ଲୀ,୧୩।୧୨: ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଫ୍‌ ଇଣ୍ଡିଆ(ବିସିସିଆଇ)। ନୂଆ ବର୍ଷଠାରୁ ଏହି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଚଳିତ ମାସ ୨୧ରେ ବୋର୍ଡର ଆପେକ୍ସ କାଉନସିଲରର ଏକ ବୈଠକ ହେବ। ଏଥିରେ ଭାରତୀୟ ଟିମ୍‌ରେ ବିଭିନ୍ନ ପରିବର୍ତ୍ତନ ଉପରେ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।

ଭାରତୀୟ ଦଳର ସବୁଠାରୁ ବଡ଼ ପରିବର୍ତ୍ତନ ହେଉଛି ରୋହିତ ଶର୍ମାଙ୍କୁ ଟି୨୦ ଫର୍ମାଟର ଅଧିନାୟକତ୍ୱ ପଦରୁ ବାଦ୍‌ ଦେବା। ରୋହିତ ମଧ୍ୟ ଏଥିରେ ନିଜର ସହମତି ପ୍ରକାଶ କରିଛନ୍ତି। ବୋର୍ଡ ନିରନ୍ତର ଭାବେ ତାଙ୍କ ସହ କଥା ହେଉଛି। ଏଣୁ ରୋହିତଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଧିନାୟକ କରାଯାଇପାରେ। ଯଦି ଏହା ସତ ହୁଏ ତେବେ ପାଣ୍ଡ୍ୟା ଆସନ୍ତା ବର୍ଷ ହେବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ଅଧିନାୟକ ପଦ ସମ୍ଭାଳିବେ। ଏହାଛଡ଼ା ମୁଖ୍ୟ କୋଚ୍‌ ପଦରୁ ରାହୁଲ ଦ୍ରାବିଡଙ୍କୁ ମଧ୍ୟ ଟି୨୦ କୋଚ୍‌ ପଦରୁ ବାହାର କରାଯାଇପାରେ।

ତେବେ ପ୍ରତ୍ୟେକ ଫର୍ମାଟ ଲାଗି ବୋର୍ଡ ଏକ ପୃଥକ ଦଳ ପ୍ରସ୍ତୁତ କରିପାରେ। ନୂତନ ଚୟନ କମିଟି ସ୍ଥିରିକୃତ ହେବା ପରେ ଟିମ୍‌ ଇଣ୍ଡିଆରେ ବୈପ୍ଳବିକ ପରିବର୍ତ୍ତନ ଦେଖାଯିବ। ଏଭଳି ସ୍ଥିତିରେ ରୋହିତଙ୍କ ଭୂମିକା କ’ଣ ହେବ ତାହା କମିଟି ଆସିବା ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି।
କହିରଖୁଛୁ ଯେ, ୨୦୧୩ରେ ଶେଷ ଥର ଲାଗି ଟିମ୍‌ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଜିତିଥିଲା। ସେବେଠାରୁ ଏବେଯାଏ ଦଳ ଆଇସିସି ଟ୍ରଫି ଜିତିବାରେ ବିଫଳ ହୋଇଛି। ଆଗାମୀ ଦୁଇ ବର୍ଷରେ ଭାରତ ଦୁଇଟି ବିଶ୍ୱକପ୍‌ ଖେଳିବ। ଏହାକୁ ଦଳ ଜିତିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri