Posted inଖେଳ

ଟି୨୦ରୁ ରୋହିତ ହେବେ ବିଦା, ପ୍ରତି ଫର୍ମାଟ ଲାଗି ଭିନ୍ନ ଟିମ୍‌ !

ନୂଆଦିଲ୍ଲୀ,୧୩।୧୨: ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଫ୍‌ ଇଣ୍ଡିଆ(ବିସିସିଆଇ)। ନୂଆ ବର୍ଷଠାରୁ ଏହି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଚଳିତ ମାସ ୨୧ରେ ବୋର୍ଡର ଆପେକ୍ସ କାଉନସିଲରର ଏକ ବୈଠକ ହେବ। ଏଥିରେ ଭାରତୀୟ ଟିମ୍‌ରେ ବିଭିନ୍ନ ପରିବର୍ତ୍ତନ ଉପରେ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।

ଭାରତୀୟ ଦଳର ସବୁଠାରୁ ବଡ଼ ପରିବର୍ତ୍ତନ ହେଉଛି ରୋହିତ ଶର୍ମାଙ୍କୁ ଟି୨୦ ଫର୍ମାଟର ଅଧିନାୟକତ୍ୱ ପଦରୁ ବାଦ୍‌ ଦେବା। ରୋହିତ ମଧ୍ୟ ଏଥିରେ ନିଜର ସହମତି ପ୍ରକାଶ କରିଛନ୍ତି। ବୋର୍ଡ ନିରନ୍ତର ଭାବେ ତାଙ୍କ ସହ କଥା ହେଉଛି। ଏଣୁ ରୋହିତଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଧିନାୟକ କରାଯାଇପାରେ। ଯଦି ଏହା ସତ ହୁଏ ତେବେ ପାଣ୍ଡ୍ୟା ଆସନ୍ତା ବର୍ଷ ହେବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ଅଧିନାୟକ ପଦ ସମ୍ଭାଳିବେ। ଏହାଛଡ଼ା ମୁଖ୍ୟ କୋଚ୍‌ ପଦରୁ ରାହୁଲ ଦ୍ରାବିଡଙ୍କୁ ମଧ୍ୟ ଟି୨୦ କୋଚ୍‌ ପଦରୁ ବାହାର କରାଯାଇପାରେ।

ତେବେ ପ୍ରତ୍ୟେକ ଫର୍ମାଟ ଲାଗି ବୋର୍ଡ ଏକ ପୃଥକ ଦଳ ପ୍ରସ୍ତୁତ କରିପାରେ। ନୂତନ ଚୟନ କମିଟି ସ୍ଥିରିକୃତ ହେବା ପରେ ଟିମ୍‌ ଇଣ୍ଡିଆରେ ବୈପ୍ଳବିକ ପରିବର୍ତ୍ତନ ଦେଖାଯିବ। ଏଭଳି ସ୍ଥିତିରେ ରୋହିତଙ୍କ ଭୂମିକା କ’ଣ ହେବ ତାହା କମିଟି ଆସିବା ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି।
କହିରଖୁଛୁ ଯେ, ୨୦୧୩ରେ ଶେଷ ଥର ଲାଗି ଟିମ୍‌ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଜିତିଥିଲା। ସେବେଠାରୁ ଏବେଯାଏ ଦଳ ଆଇସିସି ଟ୍ରଫି ଜିତିବାରେ ବିଫଳ ହୋଇଛି। ଆଗାମୀ ଦୁଇ ବର୍ଷରେ ଭାରତ ଦୁଇଟି ବିଶ୍ୱକପ୍‌ ଖେଳିବ। ଏହାକୁ ଦଳ ଜିତିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri