Posted inଖେଳ

ଇତିହାସ ରଚିବେ ରୋହିତ ଶର୍ମା

ଜୟପୁର,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଆଜି ସା ୭ ଟାରୁ ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ବିରାଟ କୋହଲିଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ସ୍ଥାୟୀ ଟି-୨୦ ଅଧିନାୟକ କରାଯାଇଛି। ରୋହିତ ଶର୍ମା ତାଙ୍କ ଅଧିନାୟକତ୍ୱ ଡେବ୍ୟୁ ପାଇଁ ପ୍ରସ୍ତୁତ ଅଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ରୋହିତ ଶର୍ମା ୩ ଟି ବଡ଼ ରେକର୍ଡ କରିପାରିବେ। ଆସନ୍ତୁ ଦେଖିବା ରୋହିତ ଶର୍ମା କେଉଁ ୩ଟି ବଡ଼ ରେକର୍ଡ କରିପାରିବେ।

ଟି-୨୦ ଅନ୍ତର୍ଜାତୀୟ ସ୍ତରରେ ସବୁଠୁ ଅଧିକ ରନ୍‌

୧୯୦ ରନ ସ୍କୋର କରିବା ମାତ୍ରେ ରୋହିତ ଶର୍ମା (୩୦୩୮ ରନ) ଟି-୨୦ ଅନ୍ତର୍ଜାତୀୟରେ ସର୍ବାଧିକ ରନ ସଂଗ୍ରହରେ ବିରାଟ କୋହଲିଙ୍କୁ (୩୨୨୭ ରନ) ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚିବେ। ତେବେ ଏହି ପରିପ୍ରେକ୍ଷୀରେ ସେ ନ୍ୟୁଜିଲାଣ୍ଡର ଓପନିଂ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପଟିଲ (୩୧୪୭ ରନ) ସହିତ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହି ସିରିଜ ପାଇଁ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଏଭଳି ପରିସ୍ଥିତିରେ ତାଙ୍କୁ କୋହଲିଙ୍କୁ ଅତିକ୍ରମ କରିବାର ସୁଯୋଗ ମିଳିବ।

ଅନ୍ତର୍ଜାତୀୟ କ୍ରିକେଟରେ ୪୫୦ ସିକ୍ସ

ରୋହିତ ତିନିଟି ଛକା ମାରିବା ମାତ୍ରେ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ୪୫୦ ଛକା ପୂରଣ କରିବେ। ଏହି ସଫଳତା ହାସଲ କରିବାରେ ସେ ବିଶ୍ୱର ପ୍ରଥମ ଭାରତୀୟ ତଥା ତୃତୀୟ କ୍ରିକେଟର ହେବେ। ୱେଷ୍ଟଇଣ୍ଡିଜ୍‌ର କେବଳ କ୍ରିସ ଗେଲ (୫୫୩) ଏବଂ ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶହିଦ ଆଫ୍ରିଦି (୪୭୬) ଏହି ସଂଖ୍ୟାରେ ପହଞ୍ଚିଛନ୍ତି।

ଟି-୨୦ ଆନ୍ତର୍ଜାତୀୟ ସ୍ତରରେ ୧୫୦ ଛକା

ରୋହିତ ୧୦ଟି ଛକା ମାରିବା ମାତ୍ରେ ଟି -୨୦ ଇଣ୍ଟରନ୍ୟାସନାଲରେ ତାଙ୍କର ୧୫୦ଛକା ମାରିବେ। ମାର୍ଟିନ ଗୁପଟିଲଙ୍କ ପରେ ସେ ଏହି ସଂଖ୍ୟାରେ ପହଞ୍ଚିବା ପରେ ଦ୍ୱିତୀୟ ଖେଳାଳି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri