Posted inଖେଳ

ଗାଭାସ୍କରଙ୍କ ବଡ଼ ବୟାନ: ‘ରୋହିତ ଶର୍ମା ଖେଳିବେ, କୋଚ୍‌-ଉପଅଧିନାୟକଙ୍କ ସହ…’

ନୂଆଦିଲ୍ଲୀ,୨।୧: ଭାରତୀୟ ଟିମ୍‌ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଶୁକ୍ରବାର ଅର୍ଥାତ ଜାନୁଆରୀ ୩ରେ ସିଡନୀ କ୍ରିକେଟ୍‌ ମଇଦାନରେ ଖେଳାଯିବ। ହେଲେ ଏହା ପୂର୍ବରୁ ଭାରତୀୟ ଦଳରେ ଅନିଶ୍ଚିତତା ଦେଖାଦେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ସିଡନୀ ଟେଷ୍ଟ ଖେଳିବେ ନାହିଁ ବୋଲି ରିପୋର୍ଟରେ ପ୍ରକାଶ ପାଉଛି। ହେଲେ ଏବେ ଏହି ମାମଲାରେ ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ବଡ଼ ବୟାନ ଦେଇଛନ୍ତି।

ଗାଭାସ୍କର ‘ଆଜ୍‌ତକ୍‌’କୁ କହିଛନ୍ତି ଯେ ରୋହିତ ଶର୍ମା ସିଡନୀ ଟେଷ୍ଟ ଖେଳିବେ। ତାଙ୍କୁ ଖେଳିବା ଉଚିତ। ସେ କେଉଁ କାରଣରୁ ଏହି ନିଷ୍ପତ୍ତି ନେଇଛନ୍ତି ଏବଂ ସେ କ’ଣ ଚାହୁଁଛନ୍ତି ଏହାକୁ ନେଇ କୋଚ୍‌ ଗୌତମ ଗମ୍ଭୀର, ମ୍ୟାନେଜମେଣ୍ଟ ଏବଂ ଉପଅଧିନାୟକଙ୍କ ସହ କଥା ହେବି ବୋଲି ସେ କହିଛନ୍ତି।

ତେବେ ଅନ୍ତିମ ଟେଷ୍‌ଟ ଭାରତୀୟ ସମୟାନୁସାରେ ସକାଳ ୫ଟାରେ ଆରମ୍ଭ ହେବ। ଟସ୍‌ ୪.୩୦ରେ ପଡ଼ିବ। ହେଲେ ରୋହିତଙ୍କ ବଦଳରେ ଜସପ୍ରିତ ବୁମ୍‌ରା ଅଧିନାୟକ ଦାୟିତ୍ୱ ତୁଲାଇବେ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ ଗାଭାସ୍କରଙ୍କ ବୟାନ ଚର୍ଚ୍ଚାର ବିଷୟ ପାଲଟିଛି।

ଗାଭାସ୍କର କହିଛନ୍ତି, ସିଡନୀ ମୁକାବିଲା ବେଶ ନିର୍ଣ୍ଣାୟକ ରହିବ। ଭାରତୀୟ କ୍ରିକେଟ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ଏଥିରେ ଜିତିଲେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌ ଫାଇନାଲକୁ ଆସିବା ଲାଗି ଛୋଟ ସୁଯୋଗ ରହିଛି। ଏଥିଲାଗି ମୋତେ ଲାଗୁ ରୋହିତ ଏହି ମ୍ୟାଚ୍‌ ଖେଳିବେ।

ସେହିଭଳି ରାତାରାତି ପରିବର୍ତ୍ତନ ହୋଇଯିବ କି ପ୍ରଶ୍ନରେ ଗାଭାସ୍କର କହିଛନ୍ତି, ଦେଖନ୍ତୁ, ଯିଏ ବରିଷ୍ଠ ଖେଳାଳି ଅଛନ୍ତି, ଉପଅଧିନାୟକ ଏବଂ କୋଚ୍‌ ଅଛନ୍ତି ତାଙ୍କ ସହ ବସି କଥା ହେବି। ସେ କ’ଣ ଚାହୁଁଛନ୍ତି ପଚାରିବି। ଯଦି ଅନୁଭବ ଏବଂ ଦାୟିତ୍ୱ ବିଷୟରେ ପଡେ ତେବେ ରୋହିତଙ୍କୁ ଖେଳାଇବାକୁ ହେବ। ବ୍ୟକ୍ତିଗତ ଫର୍ମ ଗୁରୁତ୍ୱ ରଖେନା। ମୋଟାମୋଟି ଯୋଗଦାନ କିଭଳି ତାହା ଦେଖିବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?