Posted inଖେଳ

ଏହି କ୍ରିକେଟର୍‌ଙ୍କୁ ଡରି ତାଙ୍କ ପାଖ ମାଡୁ ନ ଥିଲେ ଝିଅ, ଜାଣନ୍ତୁ କାହିଁକି

ମୁମ୍ବାଇ,୩୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମାଙ୍କ ଝିଅ ସମାଇରା ଆଜି ଦ୍ୱିତୀୟ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ରୋହିତ ପ୍ରଶଂସକ ଶୁଭେଚ୍ଛା ଜଣାଇଛନ୍ତି। ରୋହି ସମାଇରାଙ୍କୁ ନିଜ ଲକି ଷ୍ଟାର ମାନନ୍ତି। କାରଣ ଝିଅ ଜନ୍ମ ନେବା ପରେ ସେ କ୍ରିକେଟ୍‌ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। କିନ୍ତୁ ଜାଣନ୍ତି ସମୟ ଥିବା ସମାଇରା ନିଜ ପିତାଙ୍କୁ ଦେଖି ଡରୁଥିଲେ। ଏହାର କାରଣ ଥିଲା ରୋହିତ ଶର୍ମାଙ୍କ ବଡ ବଡ ଦାଢି। ଯାହାକୁ ଦେଖି ସମାଇରା ତାଙ୍କ ପାଖକୁ ଯିବାକୁ ଭୟ କରୁଥିଲେ। ଏକ ସାକ୍ଷାତକାରରେ ରୋହିତ ଶର୍ମା ନିଶ କାଟିବା ନେଇ ବଡ ଖୁଲାସା କରଥିଲେ। ଚହଲ ଟିଭିକୁ ଦେଇଥିବା ସାକ୍ଷାତକାରରେ ରୋହିତ୍‌ କହିଥିଲେ, ଝିଅ ସମାଇରା ଯୋଗୁ ସେ କ୍ଲିନ୍‌ ସେଭ୍‌ କରିଛନ୍ତି। ବଡ ନିଶ ରଖିଲେ ଝିଅ ଡରି ତାଙ୍କ ପାଖ ମାଡୁ ନ ଥିଲା। ଏହି କାରଣରୁ ସେ କ୍ଲିନ୍‌ ସେଭ୍‌ କରିବାକୁ ବାଧ୍ୟ ହୋଇଥିଲେ ବୋଲି ରୋହିତ କହିଥିଲେ। ସୂଚନାଯୋଗ୍ୟ, ଆହତ କାରଣରୁ ଦଳରୁ ବାଦ୍‌ ପଡିଥିବା ରୋହିତ ଶର୍ମା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ରେ ଖେଳିବାର ସମ୍ଭାବନା ରହିଛି। ଡିସେମ୍ବର ୩୦ରେ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଭାରତୀୟ ଶିବିରରେ ଯୋଗଦେବେ। ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ରେ ତାଲିମ ପରେ ରୋହିତ ଶର୍ମା ଡିସେମ୍ବର ୧୬ରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ସେ ଏବେ ସିଡନୀରେ ୧୪ଦିନିଆ କ୍ୱାରାଣ୍ଟାଇନ୍‌ ଅବଧି ସମାପ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri