Posted inଖେଳ

‘ରୋହିତଙ୍କ ବ୍ୟାଟିଂ ଉପରେ ଭରସା ନାହିଁ’

ଦୁବାଇ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଅଭିଜ୍ଞ ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କୁ ୩ୟ କ୍ରମକୁ ପଠାଯାଇଥିଲା। ଏହା ଦର୍ଶାଉଛି ଟ୍ରେଣ୍ଟ ବୋଲ୍ଟଙ୍କ ଇନ୍‌ ସୁଇଙ୍ଗକୁ କାଉଣ୍ଟର କରିବା ପାଇଁ ଷ୍ଟାର ଓପନରଙ୍କ ଉପରେ ଭାରତୀୟ ଦଳର ମ୍ୟାନେଜମେଣ୍ଟର ଆଉ ଭରସା ନାହିଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର।

ଧଳା ବଲ କ୍ରିକେଟରେ ରୋହିତଙ୍କୁ କିମ୍ବଦନ୍ତୀଙ୍କ ତାଲିକାରେ ଗଣାଯାଉଛି। ପାକିସ୍ତାନ ବିପକ୍ଷରେ ରୋହିତ ଇନ୍‌ ସୁଇଙ୍ଗ ବଲକୁ ବୁଝି ନ ପାରି ଏଲ୍‌ବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। ଏଣୁ ଦ୍ୱିତୀୟ ମ୍ୟାଚ୍‌ରେ ତାଙ୍କ ସ୍ଥାନରେ ଲୋକେଶ ରାହୁଲଙ୍କ ସହ ଓପନିଂ କରିଥିଲେ ଇଶାନ କିଷନ। କିନ୍ତୁ ଟିମ୍‌ ମ୍ୟାନେଜମେଣ୍ଟର ଏହି ନିଷ୍ପତ୍ତି ଫଳପ୍ରଦ ସାବ୍ୟସ୍ତ ହୋଇ ନ ଥିଲା। ଭାରତୀୟ ଦଳ ୨୦ ଓଭରରେ ୭ ଉଇକେଟ ହରାଇ ମାତ୍ର ୧୧୦ ରନ୍‌ କରିବାକୁ ସକ୍ଷମ ହୋଇଥିଲା।

“କିଷନ ଜଣେ ଆଟାକିଂ ଖେଳାଳି। ତାଙ୍କ ଭଳି ବ୍ୟାଟର ଚତୁର୍ଥ କିମ୍ବା ୫ମ କ୍ରମରେ ବ୍ୟାଟିଂ କରିବା ଉଚିତ। ସେହି କ୍ରମରେ ସେ ମ୍ୟାଚ୍‌ର ପରିସ୍ଥିତି ଅନୁଯାୟୀ ଖେଳିପାରିବେ। କିନ୍ତୁ କିଷନଙ୍କୁ ଓପନିଂ ପଠାଇ ଟିମ୍‌ ମ୍ୟାନେଜମେଣ୍ଟ ସ୍ପଷ୍ଟ କରିଦେଇଛି ଯେ, ବାମହାତୀ ପେସରଙ୍କ ବିପକ୍ଷରେ ରୋହିତଙ୍କୁ ଭରସା କରାଯାଇପାରିବ ନାହିଁ। ଓପନିଂ ସ୍ଲଟରେ ଅନେକ ବର୍ଷ ହେଲା ଖେଳୁଥିବା ବ୍ୟାଟରଙ୍କ ସହ ଏଭଳି କରାଗଲେ, ସେ ନିଜ ଦକ୍ଷତାକୁ ସନ୍ଦେହ କରିପାରନ୍ତି। ଯଦି ଇଶାନ ୭୦ ରନ୍‌ର ଇନିଂସ ଖେଳିଥାନ୍ତେ, ତେବେ ଆମେ ତାଙ୍କୁ ଶୁଭେଚ୍ଛା ଜଣାଇଥାନ୍ତୁ। କିନ୍ତୁ ପ୍ଲାନ ଫେଲ ହେଲେ, ସମାଲୋଚିତ ହେବାକୁ ପଡ଼ିବ” ବୋଲି ଗାଭାସ୍କର ଏକ ଜାତୀୟ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?