Posted inଖେଳ

ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ: ପ୍ରଥମ ଦିନ ଖେଳ ଶେଷସୁଦ୍ଧା ଭାରତ ୭୭/୧

ନାଗପୁର,୯।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ପ୍ରଥମ ଦିନର ଖେଳ ଶେଷ ହୋଇଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୭୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପ୍ରଥମ ଦିନର ଖେଳ ଶେଷ ପର୍ଯ୍ୟନ୍ତ ଭାରତ ଗୋଟିଏ ଉଇକେଟ ହରାଇ ୭୭ ରନ ସଂଗ୍ରହ କରିଛି। ଅଷ୍ଟ୍ରେଲିଆ ୧୦୦ ରନ ଆଗରେ ଅଛି ଏବଂ ଭାରତର ୯ ଉଇକେଟ ବାକି ଅଛି। ଅଧିନାୟକ ରୋହିତ ଅର୍ଦ୍ଧ ଶତକ ହାସଲ କରି ୫୬ ରନ୍‌ରେ ଖେଳୁଛନ୍ତି। ଅଶ୍ୱିନ ମଧ୍ୟ ତାଙ୍କ ସହ ଶୂନରେ ଅପରାଜିତ ଅଛନ୍ତି। ଭାରତର ପ୍ରଥମ ଉଇକେଟ ୭୬ ରନରେ ଯାଇଥିଲା। ୭୧ ବଲରେ ୨୦ ରନ ସ୍କୋର କରିବା ପରେ ଲୋକେଶ ରାହୁଲ ଆଉଟ୍‌ ହୋଇଥିଲେ।
ଅଷ୍ଟ୍ରେଲିଆର ପ୍ରଥମ ଇନିଂସରେ ୧୭୭ ରନରେ ଅଲଆଉଟ୍‌ ହୋଇଥିଲା। ଏହି ଇନିଂସରେ ଅଷ୍ଟ୍ରେଲିଆ ପାଇଁ ମାର୍ନସ ଲାବୁଶେନ ସର୍ବାଧିକ ୪୯ ରନ ସଂଗ୍ରହ କରିଥିଲେ। ଷ୍ଟିଭ ସ୍ମିଥ ୩୭ ଏବଂ ଆଲେକ୍ସ କେରି ୩୬ ରନ ସ୍କୋର କରିଥିଲେ। ଏଥିସହିତ ପିଟର ହ୍ୟାଣ୍ଡସକମ୍ବ ୩୧ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ଚାରିଜଣଙ୍କ ବ୍ୟତୀତ କୌଣସି କଙ୍ଗାରୁ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ତିନି ଖେଳାଳି ସେମାନଙ୍କ ଆକାଉଣ୍ଟ ମଧ୍ୟ ଖୋଲିପାରି ନ ଥିଲେ। ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ଚମତ୍କାର ବୋଲିଂ କରି ୫ଟି ଉଇକେଟ ନେଇଥିବା ବେଳେ ଅଶ୍ୱିନ ଭାରତ ପାଇଁ ୩ଟି ଉଇକେଟ ନେଇଛନ୍ତି। ମହମ୍ମଦ ଶାମି ଏବଂ ସିରାଜ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?