Posted inଖେଳ

ସତ ହେଲା ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ରେ ଶତକ ହାସଲ କରିଛନ୍ତି ସୂର୍ଯ୍ୟକୁମାର ଯାଦବ। ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଇଥିବା ମ୍ୟାଚରେ ସେ ୫୧ ବଲରେ ୧୧୧ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଇନିଂସ ସହିତ ସୂର୍ଯ୍ୟକୁମାର ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୨ଟି ଶତକ ହାସଲ କରିବାରେ ଭାରତର ଦ୍ୱିତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ରୋହିତ ଶର୍ମା ୨୦୧୮ରେ ଏହା କରିଥିଲେ।
ସୂର୍ଯ୍ୟକୁମାରଙ୍କ ଏହି ଇନିଂସ ପରେ ରୋହିତ ଶର୍ମାଙ୍କ ୧୧ ବର୍ଷ ପୁରୁଣା ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି। ଏହି ଟୁଇଟରେ ରୋହିତ ସୂର୍ଯ୍ୟକୁମାରଙ୍କ ବିଷୟରେ ଭବିଷ୍ୟବାଣୀ କରିଥିଲେ। ସେ ଟୁଇଟ୍‌ରେ ଲେଖିଥିଲେ- ଚେନ୍ନାଇରେ ବିସିସିଆଇ ପୁରସ୍କାର ବିତରଣ ସମାରୋହ ଶେଷ ହୋଇଛି। ଭବିଷ୍ୟତରେ କିଛି ଆକର୍ଷଣୀୟ କ୍ରିକେଟର ଆସିବାକୁ ଯାଉଛନ୍ତି। ସେମାନଙ୍କ ମଧ୍ୟରୁ ମୁମ୍ବାଇର ସୂର୍ଯ୍ୟକୁମାର ଯାଦବ ଭବିଷ୍ୟତର ଜଣେ ଷ୍ଟାର ଖେଳାଳି ହେବେ। ଏହି ଟୁଇଟ୍‌ ଏବେ ଭାଇରାଲ ହୋଇଛି। ବର୍ତ୍ତମାନ ପ୍ରଶଂସକମାନେ ଏହାକୁ ରିଟୁଇଟ୍‌ କରି ପ୍ରତିକ୍ରିୟା କରୁଛନ୍ତି। କେହି କେହି ରୋହିତ ଶର୍ମାଙ୍କୁ ଭବିଷ୍ୟଦ୍ରଷ୍ଟା ବୋଲି କହୁଛନ୍ତି।
ସୂର୍ଯ୍ୟକୁମାର ମାତ୍ର ୨୦ ମାସ ପୂର୍ବରୁ ଭାରତ ପାଇଁ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ ଏବଂ ଏତେ କମ ସମୟ ମଧ୍ୟରେ ସେ ଟି-୨୦ରେ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ନ୍ୟୁଜିଲାଣ୍ଡ ପୂର୍ବରୁ ସୂର୍ଯ୍ୟକୁମାର ନଟିଂହାମରେ ଇଂଲଣ୍ଡ ବିପକ୍ଷରେ ଟି-୨୦ରେ ଏକ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri