ରୋହିତ ସେଟ୍ଟି ଆହତ

ମୁମ୍ବାଇ: ବଲିଉଡ ନିର୍ଦ୍ଦେଶକ ରୋହିତ ସେଟ୍ଟି ତାଙ୍କ ଅପକମିଂ ୱେବ ସିରିଜ ‘ଇଣ୍ଡିଆନ ପୋଲିସ ଫୋର୍ସ’ର ଶୁଟିଂ ସମୟରେ ଆହତ ହୋଇଛନ୍ତି । ତାଙ୍କ ହାତରେ ଆଘାତ ଲାଗିଛି । ସେ ହାଇଦ୍ରାବାଦର କାମିନେନି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେଠାରେ ତାଙ୍କର ମାଇନର ସର୍ଜରୀ ହୋଇଛି, ଏବେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରି ଦିଆଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ରାମୋଜି ରାଓ ଷ୍ଟୁଡିଓରେ ୱେବ ସିରିଜ ଇଣ୍ଡିଆନ ପୋଲିସ ଫୋର୍ସର ଶୁଟିଂ ଚାଲିଥିଲା । ରୋହିତ ଏକ କାର ଚେଜ ସିକ୍ୟୁଏନ୍ସର ଶୁଟ କରୁଥିଲେ ଏହି ସମୟରେ ତାଙ୍କ ହାତରେ ଆଘାତ ଲାଗିଥିଲା । ଏହାପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ଏହି ଖବର ପାଇବା ପରେ ପ୍ରଶଂସକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ । ସୂଚନାଯୋଗ୍ୟ, ଇଣ୍ଡିଆନ ପୋଲିସ ଫୋର୍ସ ରୋହିତ ସେଟ୍ଟଙ୍କ ମୋଷ୍ଟ ଆୱେଟେଡ ସିରିଜ ମଧ୍ୟରୁ ଗୋଟିଏ ।
ରୋହିତ ସେଟ୍ଟିଙ୍କ ୱେବ ସିରିଜ ‘ଇଣ୍ଡିଆନ ପୋଲିସ ଫୋର୍ସ’ ଆମାଜନ ପ୍ରାଇମ ଭିଡିଓରେ ରିଲିଜ ହେବ । ଏଥିରେ ସିଦ୍ଧାର୍ଥ ମାଲହୋତ୍ରା ଲିଡ ରୋଲରେ ନଜର ଆସିବେ । ରୋହିତ ସେଟ୍ଟିଙ୍କ ପୂର୍ବରୁ ଗୋଆରେ ଶୁଟିଂ ସମୟରେ ଗତବର୍ଷ ମେ’ ରେ ସିଦ୍ଧାର୍ଥ ମାଲହୋତ୍ରା ଆହତ ହୋଇଥିଲେ । ସେମିତି ଅଗଷ୍ଟରେ ଶୁଟିଂ ସମୟରେ ଶିଳ୍ପା ସେଟ୍ଟିଙ୍କ ଗୋଡ ଫ୍ୟାକ୍‌ଚର ହୋଇଥିଲା । ସିଦ୍ଧାର୍ଥ ଓ ଶିଳ୍ପାଙ୍କ ବ୍ୟତୀତ ଏଥିରେ ବିବେକ ଓବରୟ ବି ନଜର ଆସିବେ । ଚଳିତ ବର୍ଷ ଏହା ରିଲିଜ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri