Posted inଖେଳ

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଓ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏକ ଖବରଦାତା ସମ୍ମିଳନୀରେ ଟିମ୍‌ ସମ୍ପର୍କରେ ସୂଚନା ଦେଇଥିଲେ।

ଭାରତୀୟ ଦଳରେ ବିଶ୍ୱକପ ପାଇଁ ୪ ଜଣ ସ୍ପିନର ଓ ୩ ପେସରଙ୍କୁ ସାମିଲ କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାର ପରସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ରୋହିତ ସ୍ପଷ୍ଟ କରିଛନ୍ତି।

ଓ୍ବେଷ୍ଟଇଣ୍ଡିଜର ପିଚ୍‌ ଗୁଡିକ ଧୀମା ରହୁଥିବାରୁ ଦଳୀୟ ସନ୍ତୁଳନ ବଜାୟ ରଖିବାକୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ରୋହିତ ସ୍ପଷ୍ଟ କରିଛନ୍ତି। ଭାରତୀୟ ଦଳରେ ୟୁଜବେନ୍ଦ୍ର ଚହଲ ଓ କୁଲଦୀପ ଯାଦବ ରିଷ୍ଟ ସ୍ପିନର ଭାବରେ ରହିଥିବା ବେଳେ ରବୀନ୍ଦ୍ର ଜାଡେଜା ଓ ଅକ୍ଷର ପଟେଲ ଅଲରାଉଣ୍ଡର ଭାବେ ସ୍ଥାନ ପାଇଛନ୍ତି। ସମସ୍ତ ମ୍ୟାଚ୍‌ ଦିନରେ ଖେଳାଯିବ। ତେଣୁ କାକରର ସମ୍ଭାବନା ନ ଥିବାରୁ ସ୍ପିନରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ ବୋଲି ରୋହିତ କହିଛନ୍ତି। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା ଓ ଶିବମ ଦୁବେ ଅଲରାଉଣ୍ଡର ଭୂମିକା ନିର୍ବାହ କରିବେ ବୋଲି କହିଛନ୍ତି ରୋହିତ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri