Posted inଖେଳ

ବିସିସିଆଇ ଟାର୍ଗେଟରେ ସିନିୟର: ୨ ଖେଳାଳିଙ୍କୁ ଦେଇପାରେ ଅବସର

ମୁମ୍ବାଇ,୩ା୧୧: ସିରିଜ୍‌ ହ୍ବାଇଟ୍‌ ଓ୍ବାଶ୍‌ ପରେ ବିସିସିଆଇର ନଜର କିଛି ସିନିୟର ଖେଳାଳିଙ୍କ ଉପରେ ରହିଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଶେଷ ହେବା ପରେ ସିନିୟର ଖେଳାଳି ଦଳରୁ ବାହାର ହୋଇପାରନ୍ତି ବୋଲି ଆଲୋଚନା ହେଉଛି। ବିସିସିଆଇ ରାଡାରରେ ବିରାଟ କୋହଲି, ରୋହିତ ଶର୍ମା, ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜାଙ୍କ ମଧ୍ୟରୁ ଅନୁନ୍ୟ ୨ ଜଣ ଖେଳାଳିଙ୍କୁ ଅବସର ଦେବାର ଯୋଜନା ରହିଛି।

ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର, ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଓ ଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଏକ ବୈଠକ ପରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ସେପଟେ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜରେ ହ୍ବାଇଟ ଓ୍ବାଶ୍‌ ପରେ ବ୍ୟାଟରଙ୍କ ପ୍ରଦର୍ଶନକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା। ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ପୂର୍ବରୁ ଏହା ଟିମ୍‌ ମ୍ୟାନେଜମେଣ୍ଟର ଚିନ୍ତା ବଢ଼ାଇଛି ବୋଲି ରୋହିତ କହିଛନ୍ତି।

ତେବେ ଅଷ୍ଟ୍ରେଲିଆରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ରୋହିତ ଶର୍ମା ନିଜେ ଏହି ସିରିଜ୍‌ରେ ୯୧ ରନ୍‌ କରିଥିବା ବେଳେ ବିରାଟ କୋହଲି ମାତ୍ର ୯୩ ରନ୍‌ କରିଥିଲେ। ଦୁଇ ସିନିୟର ବ୍ୟାଟର ଖରାପ ପ୍ରଦର୍ଶନ କରିବା ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ରୋହିତ କହିଛନ୍ତି, ଯାହା ହେବା କଥା ହୋଇ ସାରିଲାଣି। ବର୍ତ୍ତମାନ ଏହାକୁ ଚିନ୍ତା ନ କରି କିଭଳି ଅଷ୍ଟ୍ରେଲିଆ ବିପକ୍ଷରେ ଭଲ ପ୍ରଦର୍ଶନ କରିବାକୁ ହେବ ତା’ ଉପରେ ଧ୍ୟାନ କେନ୍ଦ୍ରିତ କରିବାକୁ ହେବ । ବର୍ତ୍ତମାନ ଭାରତ ଡବ୍ଲ୍ୟୁଟିସି ଫାଇନାଲ ଉପରେ ଧ୍ୟାନ ନ ଦେଇ ଅଷ୍ଟ୍ରେଲିଆ ସିରିଜ୍‌ ଉପରେ ଫୋକସ୍‌ କରିବା ଉଚିତ ବୋଲି ସେ କହିଛନ୍ତି। ଅଷ୍ଟ୍ରେଲିଆରେ ଟେଷ୍ଟ କ୍ରିକେଟ ଖେଳିବା ଆଦୌ ସହଜ ହୋଇ ନ ଥାଏ। ତେଣୁ ଏହି ସିରିଜ୍‌ ଉପରେ ଧ୍ୟାନ ଦେବାର ସମୟ ଆସି ଯାଇଛି ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri