Posted inଖେଳ

ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ବଡ଼ ରେକର୍ଡ କରିବେ ରୋହିତ, ଏମିତି କରି…

ଦୁବାଇ, ୮।୩: ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ରବିବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହେବ। ଫଳରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଏକ ବିରଳ ରେକର୍ଡର ଅଧିକାରୀ ହେବେ। ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନରଙ୍କ ସହ ଟସ୍‌ ପକାଇବା ସହିତ ରୋହିତ ପ୍ରଥମ ଅଧିନାୟକଭାବେ ସମସ୍ତ ଆଇସିସି ଟୁର୍ନାମେଣ୍ଟର ଫାଇନାଲରେ ନିଜ ଦଳର ନେତୃତ୍ୱ ନେବାର ସୌଭାଗ୍ୟ ଅର୍ଜନ କରିବେ। ତାଙ୍କ ନେତୃତ୍ୱରେ ଭାରତ ୨୦୨୩ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଏବଂ ଦିନିକିଆ କ୍ରିକେଟ ବିଶ୍ୱକପର ଫାଇନାଲ ଖେଳିଥିଲା। ସେହିପରି ୨୦୨୪ ଟି୨୦ ବିଶ୍ୱକପ ଜିତିଥିବାବେଳେ ଏବେ ୨୦୨୫ ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ଖେଳିବ। ଚାମ୍ପିୟନ୍ସ ଟ୍ରଫିରେ ଭାରତ-ନ୍ୟୁଜିଲାଣ୍ଡ ବିଜୟ/ପରାଜୟ ରେକର୍ଡ ୧-୧ ରହିଛି। ୨୦୦୦ ଫାଇନାଲରେ ଭାରତକୁ ନ୍ୟୁଜିଲାଣ୍ଡ ହରାଇଥିବା ବେଳେ ଚଳିତ ସଂସ୍କରଣର ଲିଗ୍‌ ପର୍ଯ୍ୟାୟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି ଭାରତ। ତେଣୁ ଭାରତ ଫାଇନାଲରେ ମନସ୍ତାତ୍ତ୍ୱିକ ଫାଇଦାରେ ରହିବ ବୋଲି କ୍ରିକେଟ ବିଶେଷଜ୍ଞମାନେ ଅନୁଭବ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri