Posted inଖେଳ

ଆଇପିଏଲ୍‌ରେ ରୋହିତଙ୍କ ସ୍ବତନ୍ତ୍ର ମିଶନ: ପିନ୍ଧୁଛନ୍ତି ନିଆରା ଜୋତା

ମୁମ୍ବାଇ,୧୪।୪: ୨୦୨୧ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସକୁ କ୍ରମାଗତ ତୃତୀୟ ଏବଂ ଷଷ୍ଠ ଟାଇଟଲ ଦେବାକୁ ଚାହୁଁଛନ୍ତି ଅଧିନାୟକ। ଚଳିତ ଆଇପିଏଲରେ ପଡିଆକୁ ଏକ ସ୍ବତନ୍ତ୍ର ମିଶନ ନେଇ ରୋହିତ ଓହ୍ଲାଉଛନ୍ତି। ଆରସିବି ବିପକ୍ଷ ଉଦ୍‌ଘାାଟନୀ ମ୍ୟାଚରେ ସେ ବିଲୁପ୍ତ ହୋଇଥିବା ଗଣ୍ଡା ପ୍ରଜାତିଙ୍କୁ ବଞ୍ଚାଇବାକୁ ନିବେଦନ କରିଥିଲେ। ପରବର୍ତ୍ତୀ ମ୍ୟାଚ୍‌ରେ ସେ ଏକ ଭିନ୍ନ ବାର୍ତ୍ତା ଦେଇଛନ୍ତି। ଚେନ୍ନାଇର ଚିଦାମ୍ବରମ ଷ୍ଟାଡିୟମରେ ରୋହିତ କେକେଆରଙ୍କ ବିରୋଧରେ ନୀଳ କଇଁଛ ଫଟୋ ଥିବା ଜୋତା ପିନ୍ଧି ସମୁଦ୍ରକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ବାର୍ତ୍ତା ଦେଇଥିଲେ। ଲୋକଙ୍କୁ ବନ୍ୟଜନ୍ତୁ ଏବଂ ପରିବେଶ ସମ୍ବନ୍ଧୀୟ ପ୍ରସଙ୍ଗରେ ସଚେତନ କରାଇବା ପାଇଁ ହିଟମ୍ୟାନ୍‌ଙ୍କ ଏହି ମିଶନକୁ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ପ୍ରଶଂସକ। ପରବର୍ତ୍ତୀ ମ୍ୟାଚରେ ସେ କେଉଁ ଫଟୋ ଥିବା ଜୋତା ପିନ୍ଧିବେ ତାହା ଦେଖିବା ମଜାଦାର ହେବ। ସେ ପୂର୍ବରୁ ସମୁଦ୍ରରେ ପ୍ଲାଷ୍ଟିକ ପ୍ରଦୂଷଣ ପ୍ରସଙ୍ଗ ଉଠାଇ ସାରିଛନ୍ତି। ଆଇପିଏଲର ଉଦ୍‌ଘାଟନୀ ମ୍ୟାଚରେ ଗଣ୍ଡା ଫଟୋ ଥିବା ଜୋତା ପିନ୍ଧି ବିଲୁପ୍ତ ହୋଇଥିବା ଗଣ୍ଡା ପ୍ରଜାତିଙ୍କୁ ବଞ୍ଚାଇବାକୁ ରୋହିତ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri