‘ଭାରତୀୟ ଅର୍ଥନୀତିରେ ବ୍ୟାଙ୍କର ଭୂମିକା’

ଭୁବନେଶ୍ୱର,୧୮।୫: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳର ସାଧାରଣ ପରିଷଦ ସଭା ରେଲୱେ ଅଡିଟୋରିୟମ ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରେ ଥିବା ଏସ୍‌ବିଆଇ ଶାଖାଗୁଡ଼ିକର କର୍ମଚାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସର୍ବଭାରତୀୟ ବ୍ୟାଙ୍କ ସଂଘ ସମୂହର ଆବାହକ ଏବଂ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ କର୍ମଚାରୀ ସଂଘର ସର୍ବଭାରତୀୟ ସାଧାରଣ ସମ୍ପାଦକ ସଞ୍ଜୀବ କୁମାର ବନ୍ଦଲିସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଷ୍ଟେଟ ବ୍ୟାଙ୍କର ମହାପ୍ରବନ୍ଧକ ପିନାକ ଚକ୍ରବର୍ତ୍ତୀ, ପୋନ୍ନାବଲମ ଏମ୍‌ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାମ୍ପ୍ରତିକ ପରିସ୍ଥିତିରେ ବ୍ୟାଙ୍କିଙ୍ଗ୍‌ ଶିଳ୍ପର ବିଭିନ୍ନ ସମସ୍ୟା ସହ ଭାରତୀୟ ଅର୍ଥନୀତିରେ ବ୍ୟାଙ୍କର ଭୂମିକା ଏବଂ ଆଗାମୀ ଦିନରେ ସମ୍ମୁଖୀନ ହେବାକୁ ଥିବା ଆହ୍ବାନ, କାର୍ଯ୍ୟରତ କର୍ମଚାରୀମାନଙ୍କର ସାମଗ୍ରିକ ବିକାଶ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ଅପରପକ୍ଷରେ ୧୦୦୦ରୁ ଅଧିକ ସଭ୍ୟଙ୍କ ସମେତ ବିଭିନ୍ନ ରାଜ୍ୟର ଷ୍ଟେଟ ବ୍ୟାଙ୍କ କର୍ମଚାରୀ ସଂଘର ସଭାପତି ଏବଂ ସାଧାରଣ ସମ୍ପାଦକ ଓ ଅନ୍ୟମାନେ ଉକ୍ତ ମହାସଭାରେ ଯୋଗ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ପରିଷଦର ସଦସ୍ୟ ସ୍ବାଧୀନ କୁମାର ଦାଶଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏପରିକି ସଭାର ଶେଷ ପର୍ଯ୍ୟାୟରେ ଭୁବନେଶ୍ବର ମଣ୍ଡଳର ସାଧାରଣ ସମ୍ପାଦକ ରଘୁନାଥ ପ୍ରସାଦ ଦାସଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପରିଶେଷରେ ପରିଷଦର ଉପ ସାଧାରଣ ସମ୍ପାଦକ ଭୁବନେଶ୍ବର ୟୁନିଟ୍‌ର ତପନ କୁମାର ପାଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri