‘ଓଡ଼ିଶା ପ୍ରଦେଶ ଗଠନରେ ବିଜୁବାବୁଙ୍କ ଭୂମିକା’

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବୁଧବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜୁ ଜନତା ଦଳ ଦିଗପହଣ୍ଡି ବ୍ଲକ ଏବଂ ନଗର କମିଟି ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକସ୍ଥିତ ଏନ୍‌ଏସି କଲ୍ୟାଣମଣ୍ଡପ ପରିସରରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ବିଜୁବାବୁଙ୍କ ଭୂମିକା ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ବିଜେଡି ଦିଗପହଣ୍ଡି ବ୍ଲକ ସଭାପତି ତଥା ପୂର୍ବତନ ସରପଞ୍ଚ ବିଭୂତି ଭୂଷଣ ମହାପାତ୍ର ଓ ନଗର ବିଜେଡି ସଭାପତି ତାରାପ୍ରସାଦ ପଟ୍ଟନାୟକଙ୍କ ମିଳିତ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିପ୍ଳବ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଦିଗପହଣ୍ଡି ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ହୃଦୟ ରଞ୍ଜନ ମେକାପ, ଭି. ରବିନାରାୟଣ ରାଜୁ , ବିଜେଡିର ବରିଷ୍ଠ କାର୍ଯ୍ୟକର୍ତ୍ତା ଶମ୍ଭୁ ପଣ୍ଡା, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାକୁଡ଼, ପ୍ରାକ୍ତନ କାଉନସିଲର ନିରୂପମା ପଟ୍ଟନାୟକ, ଏନ୍‌ଏସି କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ କୁମାର ପାତ୍ର, କରିସ୍ମା ନାୟକ, ମହିଳା ବିଜେଡି କାର୍ଯ୍ୟକର୍ତ୍ତା ଅନିତା ବେହେରା, ଶିବଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼, ଶିଶିର ପ୍ରଧାନ, ଜିଲା ପରିଷଦ ପ୍ରତିନିଧି ଏମ୍‌. ନିରଞ୍ଜନ ରେଡ୍ଡୀ, ପୂର୍ବତନ ସରପଞ୍ଚ କେ.ସଞ୍ଜୀବ କୁମାର ରେଡ୍ଡୀ, ସମିତି ସଭ୍ୟ କୃଷ୍ଣଚନ୍ଦ୍ର ସେଠୀ, ନୀଳ ମାଧବ ପଟ୍ଟନାୟକ, ତାରକେଶ୍ବର ଦୋରା, ରାମେଶ୍ବର ପାଣିଗ୍ରାହୀ, ସୀମାଞ୍ଚଳ ଗୌଡ଼, ତ୍ରିପତି ପ୍ରଧାନ ସମେତ ବହୁ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ପୂର୍ବାହ୍ନରେ ଦିଗପହଣ୍ଡି ପୁଞ୍ଜିକୟାଁ ଚାରି ଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ବହୁ ସଂଖ୍ୟକ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri