‘ଦେଶ ପ୍ରଗତିରେ କଷ୍ଟ୍‌ ଆକାଉଣ୍ଟାଣ୍ଟ୍‌ସଙ୍କ ଭୂମିକା ଅତୁଳନୀୟ’

କଟକ,୩୦।୧: ଭାରତୀୟ କଷ୍ଟ୍‌ ଆକାଉଣ୍ଟାଣ୍ଟ୍‌ସ ପ୍ରତିଷ୍ଠାନର ପୂର୍ବ ଭାରତ ଆଞ୍ଚଳିକ ପରିଷଦ ଏବଂ କଟକ-ଜଗତ୍‌ସିଂହପୁର-କେନ୍ଦ୍ରାପଡ଼ା ଚାପ୍ଟର ଆନୁକୂଲ୍ୟରେ ୪୨ତମ ରିଜିଓନାଲ କଷ୍ଟ୍‌ କନ୍‌ଫରେନ୍ସ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଏକ ୨ଦିନିଆ ଜାତୀୟ କର୍ମଶାଳା ସ୍ଥାନୀୟ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ପୂଜ୍ୟ ସ୍ବାମୀ ପରମହଂସ ପ୍ରଜ୍ଞାନାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏମ୍‌ପି ସୁଜିତ୍‌ କୁମାର, ଇରେଡା ଅଧ୍ୟକ୍ଷ ପ୍ରଦୀପ କୁମାର ଦାସ, ପ୍ରତିଷ୍ଠାନର ଜାତୀୟ କାର୍ଯ୍ୟକାରିଣୀ ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ଏବଂ ପୂର୍ବାଞ୍ଚଳ ପରିଷଦର ଅଧ୍ୟକ୍ଷ ବିଭୂତି ଭୂଷଣ ନାୟକ ପ୍ରମୁଖ ଯୋଗଦାନ କରିଥିଲେ।

ଏହି ପରିପ୍ରେକ୍ଷୀରେ ପୂଜ୍ୟ ସ୍ବାମୀ ପ୍ରଜ୍ଞାନାନନ୍ଦ ମାନବ ଜୀବନରେ ନୈତିକତା ମୂଲ୍ୟବୋଧ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ବିଶ୍ୱର ପ୍ରଗତିରେ ଭାରତ ବର୍ଷର କଷ୍ଟ୍‌ ଆକାଉଣ୍ଟାଣ୍ଟମାନଙ୍କର ଅବଦାନକୁ ସେ ଭୂୟସୀ ପ୍ରଶଂସା କରିଥିଲେ। ଭାରତ ବର୍ଷର ମୂଳଭିତ୍ତି ଏବଂ ବୈଶିଷ୍ଟ୍ୟକୁ ପ୍ରତିପାଦିତ କରି ଏକ ବୈପ୍ଳବିକ ପରିବର୍ତ୍ତନ ଉପରେ ସ୍ବାମୀ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଏମପି ସୁଜିତ୍‌ କୁମାର ଭାରତୀୟ ଅର୍ଥନୀତିର ରୂପରେଖ ଉପରେ ବିସ୍ତୃତ ବର୍ଣ୍ଣନା କରିଥିଲେ। ଚଳିତ ଦଶନ୍ଧିରେ ବିଶ୍ୱରେ ଘଟିଥିବା ଅର୍ଥନୀତିର ପରିବର୍ତ୍ତନ ଉପରେ ସେ ବିସ୍ତୃତ ଆଲୋକପାତ କରିଥିଲେ।

ସେହିପରି ଇରେଡା ଅଧ୍ୟକ୍ଷ ପ୍ରଦୀପ କୁମାର ଦାସ ଅକ୍ଷୟ ଶକ୍ତି କ୍ଷେତ୍ରରେ ଘଟିଥିବା ବୈପ୍ଳବିକ ପଦକ୍ଷେପ ଏବଂ ସର୍ବୋପରି ବିଜୁଳି କ୍ଷେତ୍ରରେ କିପରି ଅକ୍ଷୟ ଶକ୍ତି କ୍ଷେତ୍ର ଆସନ୍ତା ଦିନରେ ଜୈବିକ ଶକ୍ତିକୁ କ୍ରମାନୁବର୍ଦ୍ଧିତ ଭାବେ କମାଯାଇପାରିବ ସେ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ଅପରପକ୍ଷରେ ପୂର୍ବାଞ୍ଚଳ ପରିଷଦର ଅଧ୍ୟକ୍ଷ ସିଏମ୍‌ଏ ବିଭୂତି ଭୂଷଣ ନାୟକ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲାବେଳେ କଟକ-ଜଗତ୍‌ସିଂହପୁର-କେନ୍ଦ୍ରାପଡ଼ା ଚାପ୍ଟରର ଅଧ୍ୟକ୍ଷ ଲଳିତ କୁମାର ମିଶ୍ର, ପ୍ରତିଷ୍ଠାନ ଦ୍ୱାରା ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri