ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବାରେ ଓଏଏସ୍‌ ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ହେଉଛି ରାଜ୍ୟ ପ୍ରଶାସନର ମୁଖ୍ୟ ଅଂଶ। ବ୍ଲକ ଏବଂ ତହସିଲଗୁଡ଼ିକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଏଏସ୍‌ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଆସିଛନ୍ତି। ତୃଣମୂଳସ୍ତରରେ ସରକାରଙ୍କ ଜନକଲ୍ୟାଣ ଯୋଜନାକୁ ପହଞ୍ଚାଇବାରେ ସେମାନେ ଦାୟିତ୍ୱର ସହ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ମହତାକାଂକ୍ଷୀ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ୫-ଟି ସ୍କୁଲ ରୂପାନ୍ତରୀକରଣ, ପୁରୁଷ ବିଶ୍ୱକପ୍‌ ହକି, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ ଏବଂ କରୋନା ମହାମାରୀ ସମୟରେ ଓଏଏସ୍‌ ଅଧିକାରୀମାନଙ୍କର ଭୂମିକା ପ୍ରଶଂସନୀୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ଓଏଏସ୍‌ ସଂଘର ସାଧାରଣ ପରିଷଦର ଉଦ୍‌ଯାପନୀ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ୫-ଟି ଓ ମୋ ସରକାର ପ୍ରଶାସନିକ ରୂପାନ୍ତରୀକରଣ କରିବା ସହ ସରକାରୀ କର୍ମଚାରୀଙ୍କ ଜନସାଧାରଣଙ୍କ ପ୍ରତି ମନୋଭାବରେ ପରିବର୍ତ୍ତନ ଆଣିଛି। ପ୍ରତ୍ୟେକ କ୍ଷେତ୍ରରେ ଓଡ଼ିଶା ଉତ୍ତମ ପ୍ରଦର୍ଶନର ଆଶାପୋଷଣ କରିବା ସହ ହକ୍‌ଦାର ହୋଇପାରିଛି। ବିଶ୍ୱକପ୍‌ ଆୟୋଜନ, ମହାମାରୀ ସମୟରେ ଦେଶକୁ ସହାୟତା କରିବା ଏବଂ ଅନ୍ୟାନ୍ୟ ପଦକ୍ଷେପ ନୂଆ ଓଡ଼ିଶାର ସଙ୍କେତ ବହନ ସହ ଦେଶକୁ ମାନବିକ ଜୀବନ ଓ ମୂଲ୍ୟବୋଧ କ୍ଷେତ୍ରରେ ଆଗକୁ ନେବାରେ ସାହାଯ୍ୟ କରିଛି। ସମୃଦ୍ଧ ଓଡ଼ିଶା ଗଠନର ସ୍ବପ୍ନକୁ ସାକାର କରିବା ସକାଶେ ପରିବର୍ତ୍ତନକୁ ଗ୍ରହଣ କରିବା ପାଇଁ ପ୍ରଶାସନ ନିଶ୍ଚିତ ଭାବେ ଶକ୍ତିଶାଳୀ ହେବା ଦରକାର। ସରକାରଙ୍କ ସମସ୍ତ ଅଭିନବ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀମାନେ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?