‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆନନ୍ଦପୁର ଉପ ଜିଲାପାଳ ନୀଳମାଧବ ସୁନା ଯୋଗଦେଇ ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କ ଜୀବନକୁ ଠିକ୍‌ ଦିଗଦର୍ଶନ ଦେଇ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ି ତୋଳନ୍ତି। ଦେଶ ଓ ସମାଜର ଭବିଷ୍ୟତ ଗଠନରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।

ମୁଖ୍ୟ ବକ୍ତାଭାବେ ଶ୍ରୀ ଶ୍ରୀ ପତିତପାବନ ରଘୁନାଥ ଜୀଉ କୁଞ୍ଜବିହାରୀ ବିଜେ ସ୍ବାଧୀ ଶାନ୍ତି ମାତା, ବରେଣ୍ୟ ବକ୍ତାଭାବେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦୀପାଳୀ ପ୍ରିୟଦର୍ଶିନୀ ନାୟକ ଯୋଗଦେଇଥିଲେ। ସମ୍ମାନିତ ଅତିଥିଭାବେ ଆନନ୍ଦପୁର ବିଡିଓ ମନୋଜ ମହାନ୍ତ, ତହସିଲଦାର ପଲ୍ଲବୀ ପ୍ରିୟଦର୍ଶିନୀ ଯୋଗଦେଇ ଶିକ୍ଷକଙ୍କ ନିଷ୍ଠା, ତ୍ୟାଗ ଓ ସେବାକୁ ପ୍ରଶଂସା କରିଥିଲେ।

ସମାରୋହରେ ଆନନ୍ଦପୁର ବ୍ଲକ୍‌ ଅଞ୍ଚଳର ବହୁ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରୀଛାତ୍ର ଓ ଅଭିଭାବକ ଯୋଗଦେଇଥିଲେ। ଏହି ଅବସରରେ ଶିକ୍ଷାଦାନ କ୍ଷେତ୍ରରେ ଦୀର୍ଘଦିନ ଧରି ନିଷ୍ଠାର ସହ କାର୍ଯ୍ୟ କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା। ଛାତ୍ରୀଛାତ୍ରଙ୍କ ଦ୍ୱାରା ନୃତ୍ୟ, ସଙ୍ଗୀତ, ଭାଷଣ ଓ ବିଭିନ୍ନ ସୃଜନାତ୍ମକ ପରିବେଷଣ ଉପସ୍ଥିତ ଅତିଥି ଓ ଅଭିଭାବକଙ୍କ ମନ ମୋହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri