Posted inଜାତୀୟ

ସିଆର୍‌ପିଏଫ୍‌, ଆର୍‌ଏଏଫ୍‌ରେ ମହିଳାଙ୍କୁ ଗୁରୁଦାୟିତ୍ୱ

ନୂଆଦିଲ୍ଳୀ, ୩।୧୧: ପ୍ରଥମ ଥର ପାଇଁ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌) ର ଦୁଇ ମହିଳା ଅଫିସର ସୀମା ଧୁଣ୍ଡିଆ ଏବଂ ଆନି ଆବ୍ରାହମଙ୍କୁ ଇନ୍‌ସ୍ପେକ୍ଟର ଜେନେରାଏ (ଆଇଜି) ପଦ ମିଳିଛି। ଦୁହେଁ ୧୯୮୭ରେ ପ୍ରଥମ ଥର ପାଇଁ ଫୋର୍ସରେ ସାମିଲ ହୋଇଥିଲେ।

ସୀମା ବିହାର ସେକ୍ଟର ସିଆର୍‌ପିଏଫ୍‌ର ମୁଖ୍ୟ ଭାବେ କାର୍ଯ୍ୟ ନିର୍ବାହ କରିବାକୁ ଥିବାବେଳେ ଆନି ସିଆର୍‌ପିଏଫ୍‌ର ରାପିଡ୍‌ ଆକ୍ସନ୍‌ ଫୋର୍ସ (ଆର୍‌ଏଏଫ୍‌)ର ପ୍ରମୁଖ ଭାବେ ଦାୟିତ୍ୱ ନିର୍ବାହ କରିବେ। ଦୁଇଜଣଯାକ ସିଆର୍‌ପିଏଫ୍‌ର ପ୍ରଥମ ମହିଳା ବ୍ୟାଚ୍‌ ହୋଇଥିବାବେଳେ ଚାକିରିକାଳ ନୁହେଁ, ବହୁ ଗୁରୁତ୍ୱପୂର୍ଣ୍ଣ ଅପରେଶନ୍‌ର ଅଂଶ ପାଲଟିଥିବା ଜଣାପଡ଼ିଛି।

ପୂର୍ବରୁ ସୀମା ଲାଇବେରିଆରେ ଜାତିସଂଘର ଏକ ମିଶନରେ ଆର୍‌ଏଏଫ୍‌ର ଡିଆଇଜି ଦାୟିତ୍ୱରେ ରହିଥିଲେ। ନିଜର କାର୍ଯ୍ୟଦକ୍ଷତା ପାଇଁ ଦୁହେଁ ରାଷ୍ଟ୍ରପତିଙ୍କ ଦ୍ୱାରା ପୋଲିସ ମେଡାଲରେ ସମ୍ମାନିତ ହୋଇଛନ୍ତି। ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଉଭୟଙ୍କୁ ବିଧିବଦ୍ଧଭାବେ ଦାୟିତ୍ୱ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri