ରାଷ୍ଟ୍ର ଗଠନରେ ଶ୍ରମିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଦାରିଙ୍ଗବାଡି,୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ସୋମବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ର ଗଠନରେ ଶ୍ରମିକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଶ୍ରମିକ ନ ଥିଲେ ସାରା ବିଶ୍ୱ ଆଜି ସମସ୍ୟାରେ ପଡିଥାନ୍ତା। ବିନା ଶ୍ରମିକରେ ଗାଁଠାରୁ ସହର ପର୍ଯ୍ୟନ୍ତ କୌଣସି ଘରୋଇ ହେଉ କି ସାମୂହିକ କାର୍ଯ୍ୟ ହୋଇପାରି ନ ଥାନ୍ତା ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଶ୍ରମିକମାନଙ୍କୁ ଉତ୍ସାହିତ କରିବା ପାଇଁ ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ଧୂମଧାମ୍‌ରେ ଶ୍ରମିକ ଦିବସ ପାଳିତ ହୋଇଛି।

ଏହି ଅବସରରେ ଦାରିଙ୍ଗବାଡି ବିଡିଓ ତଥା ଦାରିଙ୍ଗବାଡି ଜାତୀୟ ଦିବସ ପାଳନ କମିଟିର ସଭାପତି ଗଦାଧର ପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବିଧାୟକ ସାଲୁଗା ପ୍ରଧାନ, ମୁଖ୍ୟବକ୍ତା ଭାବେ ଏଡୁକୋର ଜାତୀୟ ନିର୍ଦ୍ଦେଶକ ଗୁରୁ ପ୍ରସାଦ ରାଓ, ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଠ, ସ୍ଥାନୀୟ ସରପଞ୍ଚ ଚନ୍ଦ୍ରିକା ମଲିକ, ଓଡ଼ିଶା ଜୀବିକା ମିଶନର ବିପିଏମ୍‌ ପିଣ୍ଟୁ ନାୟକ, ପ୍ରେମ ଅନୁଷ୍ଠାନର ପ୍ରୋଗ୍ରାମ କାର୍ଯ୍ୟକ୍ରମ ଅଧିକାରୀ ସୁଧୀର ଦିଗାଲ ପ୍ରମୁଖ ମଞ୍ଚାସୀନ ଥିଲେ। ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ପତିତପାବନ ରାଉତ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ଉପସ୍ଥିତ ଶ୍ରମିକମାନଙ୍କୁ ସଚେତନ କରାଯିବା ସହ ନିର୍ମାଣ ଶ୍ରମିକଙ୍କ ପାଇଁ ସରକାରଙ୍କ ପକ୍ଷରୁ ରଖାଯାଇଥିବା ବିଭିନ୍ନ ସହାୟତା ଓ ଶ୍ରମିକଙ୍କ ପିଲାଙ୍କ ପାଇଁ ଥିବା ଉଚ୍ଚ ଶିକ୍ଷା ବ୍ୟବସ୍ଥା, ଚିକିତ୍ସା ସୁବିଧା ଓ ବୀମା ସମ୍ପର୍କରେ କୁହାଯାଇଥିଲା। ସେହିପରି ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ପ୍ରାୟ ୭୦ ହଜାର ଶ୍ରମିକ ରହିଥିବା ବେଳେ ଏବେ ରାଜ୍ୟରେ ଦାରିଙ୍ଗବାଡି ଅଧିକା ଶ୍ରମ ଦିବସ ସୃଷ୍ଟି କରି ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବିଡିଓ ପାତ୍ର ସୂଚନା ଦେଇଥିଲେ। ସେହିପରି ନୂତନ ଭାବେ ପଞ୍ଜୀକୃତ ହୋଇଥିବା ୧୧୨ଜଣ ଶ୍ରମିକଙ୍କୁ ଶ୍ରମକାର୍ଡ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ସରକାରୀ ଆଇଟିଆଇ ଅଧ୍ୟକ୍ଷ ଇଂ.ପ୍ରଦୀପ କୁମାର ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?