ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ନବୀନ

ଭୁବନେଶ୍ୱର,୧୨।୯(ଅନିଲ ଦାସ)ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ସାଙ୍ଗଠନିକ ସମ୍ମିଳନୀ ବୁଧବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀକୁ ଉଦ୍‌ଘାଟନ କରି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଜେଡିକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାରେ ଯୁବଗୋଷ୍ଠୀ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।
ବିଗତ ୨୭ ବର୍ଷ ଧରି ବିଜେଡି ରାଜ୍ୟବାସୀଙ୍କ ସେବାରେ ନିଜକୁ ଉତ୍ସର୍ଗ କରି ରଖିଛି। ମିଛ ଖବରକୁ ପ୍ରତିହତ କରି ବିଜୁ ଯୁବ ଜନତା ଦଳର ପ୍ରତ୍ୟେକ ସଦସ୍ୟ ଓଡ଼ିଶାବାସୀଙ୍କୁ ସଚେତନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିବା ଲାଗି ନବୀନ ସମସ୍ତ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ ତୃଣମୂଳ ସ୍ତରରୁ ବିଜୁ ଯୁବ ଜନତା ଦଳର ପ୍ରତ୍ୟେକ କମର୍ର୍କର୍ତ୍ତା ସଂଗଠିତ ଭାବେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ କହିଥିଲେ, କେନ୍ଦ୍ର ଏବଂ ରାଜ୍ୟ ସରକାର ଯୁବକମାନଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଥିଲେ ତାହା ପ୍ରତାରଣାରେ ପରିଣତ ହୋଇଛି। ଏଥିସହ ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଅଶୋକ ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା, ବିଧାୟକ ଅରୁଣ କୁମାର ସାହୁ, କଳିକେଶ ସିଂଦେଓ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।
ଏହି ସମ୍ମିଳନୀରେ ରାଜ୍ୟ ସଭା ସଦସ୍ୟ ସୁବାଶିଷ ଖୁଣ୍ଟିଆ, ନବନିର୍ବାଚିତ ବିଧାୟକ ସୁନୀଲ ମହାନ୍ତି ଓ ରୁପେଶ ପାଣିଗ୍ରାହୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri