ଗଡ଼ିଲା ୧୧୦ ଅତ୍ୟାଧୁନିକ ବସ୍‌

ଭୁବନେଶ୍ୱର,୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ଏଜି ଛକସ୍ଥିତ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ ନୂଆ ଅତ୍ୟାଧୁନିକ ବସ୍‌ର ଶୁଭାରମ୍ଭ କରିଛନ୍ତି। ଯାତ୍ରୀଙ୍କୁ ବସ୍‌ଯାତ୍ରାର ଆରାମଦାୟକ ଅନୁଭୂତି ପ୍ରଦାନ କରିବା ଲାଗି ବସ୍‌ଗୁଡ଼ିକରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ଉପଲବ୍ଧ ରହିଛି। ସିସି ଟିଭି କ୍ୟାମେରା, ଆରାମଦାୟକ ସିଟ୍‌, ଆପାତ୍ତକାଳୀନ ବଟନ୍‌, ଭେହିକିଲ ଟ୍ରାକିଂ ସିଷ୍ଟମ, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଯାତ୍ରୀଙ୍କୁ ସୂଚନା ପ୍ରଦାନ ପାଇଁ ବୈଷୟିକ ଜ୍ଞାନକୌଶଳ ସୁବିଧା କରାଯାଇଛି। ସମ୍ପୃକ୍ତ ବସ୍‌ଗୁଡିକ ଆନ୍ତଃରାଜ୍ୟ ବସ୍‌ ପରିବହନରେ ମଧ୍ୟ ନିୟୋଜିତ ହେବ। ଏଥିସହ ପଟିଆ ଏବଂ ଭଗବାନପୁରରେ ‘ମୋ ବସ୍‌’ର ୨ଟି ଅତ୍ୟାଧୁନିକ ଡିପୋ ଉଦ୍‌ଘାଟିତ ହୋଇଛି। ଏହି ଡିପୋରେ ମେଶିନ ଜରିଆରେ ବସ୍‌ ପରିଷ୍କାର କରାଯିବା ସହ ତେଲ ପକାଯିବା ସୁବିଧା କରାଯାଇଛି।
ସୂଚନାଯୋଗ୍ୟ, ଓଏସ୍‌ଆର୍‌ଟିସି ପକ୍ଷରୁ ଚଳାଚଳ କରିବାକୁ ଥିବା ୧୮୦ ନୂଆ ବସ୍‌ ମଧ୍ୟରୁ ଶୁକ୍ରବାର ୧୧୦ଟିର ଶୁଭାରମ୍ଭ ହୋଇଛି। ଅନ୍ୟ ୭୦ଟି ବସ୍‌ ଖୁବଶୀଘ୍ର ଚଳାଚଳ କରିବ। ଏବେ ଓଏସଆର୍‌ଟିସି ପକ୍ଷରୁ ୨୮ ଜିଲା ତଥା ୪୩ ଅନ୍ତଃରାଜ୍ୟ ମାର୍ଗରେ ୩୯୮ ବସ୍‌ ଯାତାୟାତ କରୁଛି। ପଡ଼ୋଶୀ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼କୁ ବସ୍‌ ସେବା ଉପଲବ୍ଧ ରହିଛି। ନୂତନ କରି ଶୁଭାରମ୍ଭ ହେବାକୁ ଥିବା ବସ୍‌ଗୁଡ଼ିକ ଭଲ୍‌ଭୋ, ଏସି ଅଲ୍‌ଟ୍ରା ଡିଲକ୍ସ, ନନ୍‌ ଏସି ଡିଲକ୍ସ ତଥା ନନ୍‌ ଏସି ହାଇ କମ୍ଫର୍ଟ ଶ୍ରେଣୀର।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୋଖରୀପୁଟଠାରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ୧୯ କୋଟି ଟଙ୍କା ବ୍ୟୟରେ ନବନିର୍ମିତ ଭିନ୍ନକ୍ଷମ ସଶକ୍ତୀକରଣ ପ୍ରତିଷ୍ଠାନ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା, ପ୍ରତାପ ଜେନା, ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri