ଗଡ଼ିଲା କୋଭିଡ୍‌ ଟିକା ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ,୨୨।୧ ଅନୁଗୋଳ ଜିଲାରେ କୋଭିଡ୍‌ ଟିକାକରଣକୁ ଶତ ପ୍ରତିଶତ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଜିଲା କାର୍ଯ୍ୟାଳୟ ପରିସରରୁ ଟିକା ଏକ୍ସପ୍ରେସ୍‌ର ଶୁଭାରମ୍ଭ କରାଯାଇଛି। ଜିଲାରେ ବୁଲି ବୁଲି ସଚେତନ ସହ ଟିକାକରଣରୁ ବଞ୍ଚିତ ଲୋକଙ୍କୁ ଟିକା ଦେବାକୁ ୧୨ଟି ଏକ୍ସପ୍ରେସ୍‌ ଗଡ଼ିବା ଆରମ୍ଭ କରିଛି। ଏହି ସୁସଜ୍ଜିତ ଭ୍ୟାନ୍‌ଗୁଡ଼ିକୁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଆନୁଷ୍ଠାନିକ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏଥିସହ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନିମନ୍ତେ ନିୟୋଜିତ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଭ୍ୟାନ୍‌ ଗାଁକୁ ଗାଁ ବୁଲି ଡାକବାଜି ଯନ୍ତ୍ର ଯୋଗେ ଟିକା ନେଇ ନ ଥିବା ଲୋକମାନଙ୍କୁ ଟିକା ନେବାକୁ ପ୍ରବର୍ତ୍ତାଇବ। ଏହି ଭ୍ୟାନରେ ଜଣେ ଟିକା ଦେବା କର୍ମଚାରୀ, ଜଣେ ଏଏନ୍‌ଏମ୍‌ ଓ ଆଧାରକାର୍ଡ ସହ ଡାଟା ଏଣ୍ଟ୍ରି ଭେରିଫିକେଶନ୍‌ ଲାଗି କର୍ମଚାରୀ ନିୟୋଜିତ ରହିବେ। ଏହି ଭ୍ୟାନ୍‌ ୧୮ ବର୍ଷରୁ ଊର୍ଦ୍ଧ୍ୱ ଓ ବୁଷ୍ଟର ଡୋଜ୍‌ ପ୍ରଦାନ କରିବ। ବାହାରିଥିବା ୧୨ଟି ଭ୍ୟାନ୍‌ ମଧ୍ୟରୁ ପାଲଲହଡା ପାଇଁ ୩ଟି, ଅନୁଗୋଳ ପାଇଁ ୩ଟି, ବଅଁରପାଳ ପାଇଁ ୨ଟି, ଛେଣ୍ଡିପଦା ପାଇଁ ୨ଟି, ଆଠମଲ୍ଲିକ ଓ କଣିହାଁ ପାଇଁ ଗୋଟିଏ ଲେଖାଏ ରହିଛି। ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, କେୟାର ଇଣ୍ଡିଆର ପ୍ରତିନିଧି ମହେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri