ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ପୁରୀ ଅଫିସ,୧୮ା୫: ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିଛି। ଭର୍ଚୁଆଲ ମୋଡ୍‌ରେ ସବୁଜ ପତାକା ହଲାଇ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍‌,  ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥାନୀୟ ବିଧାୟକ ପ୍ରମୁଖ ଯୋଗଦେଇ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ୍‌ରେ ସାମିଲ ହୋଇଥିଲେ।

ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାରକୁ ଛାଡ଼ି ସପ୍ତାହର ବାକି ସବୁଦିନ ଚାଲିବ। ପୁରୀରୁ ଏହି ଟ୍ରେନ୍‌ ଦିନ ୧ଟା ୫୦ମିନିଟ୍‌ରେ ଛାଡ଼ି ସାଢେ ୮ଟାରେ ହାଓ୍ବଡ଼ାରେ ପହଞ୍ଚିବ। ସେହିପରି ହାଓ୍ବଡ଼ାରୁ ସକାଳ ୬ଟା ୧୦ରେ ବାହାରି ଦିନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ। ସେହିପରି ପୁରୀ ଏବଂ କଟକ ଷ୍ଟେଶନର ନବୀକରଣ ଲାଗି ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରତି ଟ୍ରେନ୍‌ରେ ପ୍ରବେଶ ଏବଂ ପ୍ରସ୍ଥାନ ସ୍ଥଳରେ ଜିଆର୍‌ପି ପୋଲିସ ରହିବେ। ସେହିପରି ଜନସାଧାରଣଙ୍କର ଅସୁବିଧା ଯେପରି ନ ହେବ ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri