ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳଷ୍ଟେଶନର ୬ନମ୍ବର ପ୍ଲାଟଫର୍ମଠାରେ ଏହି ରେଳ ରେକ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ଟ୍ରେନ ଭୁବନେଶ୍ୱରରୁ ବିଳାସପୁର ଯାତ୍ରା କରିଛି। ଭାରତୀୟ ରେଳ କ୍ଷେତ୍ରରେ ଏହି ଆଲୁମିନିୟମ୍‌ ରେଳ ରେକ୍‌ ଏକ ଉଦ୍ଭାବନ। ତେବେ ଓଡ଼ିଶାରୁ ଏହାର ଶୁଭାରମ୍ଭ ହୋଇଥିବାରୁ ସବୁଠାରୁ ବେଶି ଖୁସି ଲାଗୁଛି ବୋଲି ମନ୍ତ୍ରୀ କହିଛନ୍ତି। ବହୁଳ ପରିବହନ ପାଇଁ ଭାରତର ଆଧୁନିକୀକରଣ ଅଭିଯାନରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ପଣ୍ୟବାହୀ ଟ୍ରେନ୍‌ ରେକ୍‌କୁ ଆଲୁମିନିୟମକୁ ପରିବର୍ତ୍ତନ କରିବା ଦ୍ୱାରା ଭାରତୀୟ ରେଳପଥ ପାଇଁ କାର୍ବନ ଫୁଟ୍‌ପ୍ରିଣ୍ଟକୁ ଯଥେଷ୍ଟ ହ୍ରାସ କରିବାରେ ସହାୟକ ହେବ। ଆଲୁମିନିୟମ ପଣ୍ୟବାହୀ ଟ୍ରେନର ଗୋଟିଏ ରେକ୍‌ ଏହାର ଜୀବନକାଳ ମଧ୍ୟରେ ୧୪,୫୦୦ ଟନ୍‌ କାର୍ବନ ଡାଇଅକ୍ସାଇଡ୍‌ ଅଧିକ ସଞ୍ଚୟ କରିପାରିବ। ଏହା ହାଲୁକା, କମ୍‌ ଖର୍ଚ୍ଚଦାୟକ ଏବଂ ସ୍ଥାୟୀ ଅଟେ। ହାଲୁକା ୱାଗନ ହୋଇଥିବାରୁ ଏଥିରେ କମ୍‌ ଶକ୍ତି ଖର୍ଚ୍ଚ ହେବ। ଆଲୁମିନିୟମ ୱାଗନ ପଣ୍ୟ ବୋଝେଇ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ଏହି ମାଲବାହୀ ଟ୍ରେନ୍‌ ରେକ ହିଣ୍ଡାଲ୍‌କୋ ଦ୍ୱାରା ବିକଶିତ କରାଯାଇଛି। ଏବେ ପ୍ରଚଳିତ ଇସ୍ପାତ ରେକ୍‌ ଅପେକ୍ଷା ଏହା ଅଧିକ ଚମକପ୍ରଦ, ୧୮୦ ଟନ୍‌ ହାଲୁକା ଏବଂ ୫-୧୦% ଅଧିକ ପରିମାଣର ମାଲ ପରିବହନ କରିପାରିବ। ଶକ୍ତି ସଞ୍ଚୟ କରିବା ସହିତ ଷ୍ଟକ୍‌ ଏବଂ ରେଲ୍‌କୁ ଅପେକ୍ଷାକୃତ ସୁରକ୍ଷିତ ରଖିବ ଏବଂ ଲାଭଦାୟକ ହେବ। ଆଲୁମିନିୟମ ମାଲବାହୀ ୱାଗନ ତଳପାର୍ଶ୍ୱରୁ ପଣ୍ୟ ଖଲାସ କରିବ। ଏହା ବିଶେଷ ଭାବରେ କୋଇଲା ପରିବହନ ପାଇଁ ଡିଜାଇନ ହୋଇଛି। ଏହି ୱାଗନର ଆଜୀବନ କାର୍ବନ ଡାଇଅକ୍ସାଇଡ୍‌ ସଞ୍ଚୟ କ୍ଷମତା ପ୍ରାୟ ୮ରୁ ୧୦ ଟନ ରହିଥିବା ଆକଳନ କରାଯାଉଛି। ଏହି ଅବସରରେ ମନ୍ତ୍ରୀ ରେଳ ଅଧିକାରୀଙ୍କ ସହ ଓଡିଶାର ବିଭିନ୍ନ ରେଳ ପ୍ରକଳ୍ପର ସମୀକ୍ଷା କରିଥିଲେ। କାର୍ଯ୍ୟକ୍ରମରେ ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ, ହିଣ୍ଡାଲ୍‌କୋ କାର୍ଯ୍ୟବାହୀ ନିର୍ଦ୍ଦେଶକ ସତୀଶ ପାଇ, ଖୋର୍ଦ୍ଧା ରୋଡ୍‌ ରେଳମଣ୍ଡଳର ମଣ୍ଡଳ ପ୍ରବନ୍ଧକ ରିଙ୍କେଶ ରୟ, ରେଳପଥର ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri