ରାଜପଥରେ ଗଡ଼ିଲା ମୁଣ୍ଡ

କେନ୍ଦୁଝର,୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ୨୦ ନମ୍ବର ଜାତୀୟ ରାଜପଥରେ ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ରବିବାର ଦ୍ରୁପଦା ବାଇପାସ ନିକଟରେ ଜଣେ ସାଇକେଲ ଆରୋହୀଙ୍କୁ ଟ୍ରକ ଚାପି ଦେଇ ଫେରାର୍‌ ହୋଇଯାଇଛି। ମୃତକ ଜଣଙ୍କ ହେଲେ ସଦର ଥାନା ଅନ୍ତର୍ଗତ ମହଦେଇଯୋଡ଼ା ପଞ୍ଚାୟତ ଉପରଧାତିକା ଗ୍ରାମର ବାଜନ ମାଝି(୬୩)। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହିତ ରାସ୍ତାରୋକୋ କରାଯାଇଛି।

ଘଟଣାରୁ ପ୍ରକାଶଯେ, ଆଜି ବାଜନ ଗୃହପାଳିତ କୁକୁଡାଗୁଡ଼ିକୁ ବ୍ୟାଗରେ ଧରି ବେଲଦା ହାଟକୁ ବିକ୍ରି କରିବାକୁ ଯାଉଥିଲେ। ଦ୍ରୁପଦା ବୁଲାଣି ନିକଟରେ ଟ୍ରକ୍‌ଟି ସାଇକେଲ ସହିତ ବାଜନଙ୍କୁ ଚାପି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଏହାପରେ ମୃତଦେହ ପଡ଼ିଥବା ଅବସ୍ଥାରେ ଲୋକେ ରାସ୍ତାରୋକୋ କରିବାରୁ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା। ଖବର ପାଇ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ଏହାପରେ ମୃତଦେହ ଜବତ କରି ଏନ୍‌ଏଚ୍‌ଆଇ ଆମ୍ବୁଲାନ୍ସ ଯୋଗେ ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri