ମାଓବାଦୀଙ୍କ ବୈଠକ ଯୋଗୁ ଗାଁରେ ବ୍ୟାପୁଛି କରୋନା ମହାମାରୀ ସଂକ୍ରମଣ…

ରାୟପୁର/ସୁକମା,୨୯।୫: ଛତିଶଗଡ଼ରେ ମାଓବାଦୀଙ୍କ ବୈଠକ ଯୋଗୁ ଜଙ୍ଗଲ ମଧ୍ୟରେ ଥିବା ଆଦିବାସୀ ଗାଁଗୁଡ଼ିକରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ସୁକମା ଅଞ୍ଚଳରେ ଥିବା ଆଦିବାସୀ ଗାଁ କର୍ମାଗୋଣ୍ଡିରେ ମାଓବାଦୀଙ୍କ ବୈଠକ ପରେପରେ ହୋଇଥିବା ନମୁନା ପରୀକ୍ଷାରେ ୯୧ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମେ’୨୧ରୁ ୨୭ ପର୍ଯ୍ୟନ୍ତ ଗାଁର ୨୩୯ ଲୋକଙ୍କର ନମୁନା ପରୀକ୍ଷା କରାଯାଇଥିଲା। ଗାଁରେ ଥିବା ୧୨୦ ପରିବାରର ନମୁନା ପରୀକ୍ଷା ୭ ଦିନ ମଧ୍ୟରେ କରାଯାଇଛି। ଗାଁରେ ମାଓବାଦୀମାନେ କେନ୍ଦୁପତ୍ର କାରବାରକୁ ନେଇ କିଛି ଦିନତଳେ ଏକ ବୈଠକ କରିଥିବା ବସ୍ତର ପୋଲିସ ଆଇଜି ସୁନ୍ଦରଜୀ ପଟ୍ଟିଲିଙ୍ଗମ୍‌ ସୂଚନା ଦେଇଛନ୍ତି। ସେହିଭଳି କୁକନାର୍‌ ଗାଁରେ ମଧ୍ୟ ମାଓବାଦୀମାନେ ବୈଠକ କରିଥିବା ସେ କହିଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ମାଓବାଦୀ ନେତା ଟେକ୍ନିକାଲ ମୁଖ୍ୟ ଆୟତ କୋରସାଙ୍କର ମୃତ୍ୟୁ ଘଟିଛି। ସେ ହିଡ଼ମାଙ୍କ ନିକଟତମ ଥିଲେ। ଆୟତଙ୍କୁ ତେଲଙ୍ଗାନାର ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଆୟତଙ୍କ ସାଥିରେ ଯାଇଥିବା ୩ ମାଓବାଦୀଙ୍କୁ ଭଦ୍ରାଦି କୋଠେଗୁଡ଼େମ୍‌ ପୋଲିସ ଗିରଫ କରିଥିଲେ। ସେମାନଙ୍କୁ ପଚରା ଉଚରା ସମୟରେ ଏହା ଜଣାପଡ଼ିଥିଲା। ସୁକମା ବିଜାପୁର ଅଞ୍ଚଳ ତେଲଙ୍ଗାନା ସହିତ ସଂଯୋଗ ହୋଇଛି। ଫଳରେ ବହୁ ମାଓବାଦୀ ନେତା ଚିକିତ୍ସା ପାଇଁ ତେଲଙ୍ଗାନା ଯାଉଥିବା ଏସ୍‌ପି ସୁନୀଲ ଦତ୍ତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri