ପୁଣି ଏନ୍ତୁଡ଼ିଶାଳକୁ ଫେରିଲା କରୋନା, ସତର୍କ ସୂଚନା ଜାରି…

ବେଜିଂ,୭।୩ : କରୋନା ପୁଣି ଥରେ ଏହାର ଏନ୍ତୁଡ଼ିଶାଳ ଚାଇନାକୁ ଫେରିଛି। ଚାଇନାର ଗଣମାଧ୍ୟମ ଅନୁଯାୟୀ, ମହାମାରୀର ଆରମ୍ଭ ଉହାନରେ ହୋଇଥିଲା। ତେବେ ସମ୍ପ୍ରତି ଦେଶରେ ଗୋଟିଏ ଦିନରେ ସର୍ବାଧିକ ସଂଖ୍ୟକ ମାମଲା ରିପୋର୍ଟ ହୋଇଛି। ଚାଇନାରେ ସମ୍ପ୍ରତି ଗୋଟିଏ ଦିନରେ ୫୨୬ଟି ମାମଲା ଚିହ୍ନଟ ହୋଇଛଇ। ଗତ ଦୁଇ ବର୍ଷ ମଧ୍ୟରେ ଗୋଟିଏ ଦିନରେ ଏହା ସର୍ବାଧିକ ସଂକ୍ରମଣ।

ସେଥିମଧ୍ୟରୁ ୨୧୪ ଆକ୍ରାନ୍ତଙ୍କ ଠାରେ ଲକ୍ଷଣ ପ୍ରକାଶ ପାଇଥିବାବେଳେ ୩୧୨ ଜଣଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନାହିଁ ବୋଲି ଚାଇନା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସର୍ବାଧିକ ସଂଖ୍ୟକ କରୋନା ମାମଲା ରିପୋର୍ଟ ହେବା ପରେ ଚାଇନା ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଖବର ପ୍ରକାଶ ପାଇବା ପରେ ଚାଇନା ସହିତ ଯୋଗାଯୋଗରେ ଥିବା ଅନ୍ୟ ଦେଶମାନେ ମଧ୍ୟ ସତର୍କ ହୋଇ ନିଜ ନିଜ ନାଗରିକମାନଙ୍କୁ କରୋନା ନିୟମ ପାଳନ କରିବାକୁ କହିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଚାଇନାର କିଙ୍ଗ୍‌ଡାଓ ସହରରେ ଓମିକ୍ରନର ୮୮ଟି ନୂଆ ମାମଲା ଚିହ୍ନଟ ହୋଇଛି। ଯେଉଁମାନେ ଓମିକ୍ରୋନରେ ଆକ୍ରାନ୍ତ ହୋଇଛନ୍ତି ସେମାନେ ସମସ୍ତେ ଛାତ୍ର ବୋଲି କୁହାଯାଉଛି। ଚଳିତ ବର୍ଷ ଏହା ଚାଇନାରେ ଗୋଟିଏ ଦିନରେ ସର୍ବାଧିକ ସଂକ୍ରମଣ।

ସୂଚନା ଯୋଗ୍ୟ , ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ମାମଲା ୪୪.୬୬ କୋଟି ଅତିକ୍ରମ କରିଛି। ଏଥିସହ ମୃତ୍ୟୁ ସଂଖ୍ୟା ୬୦ ଲକ୍ଷରେ ପହଞ୍ଚିଛି। ଗତ ଏକ ମାସ ମଧ୍ୟରେ ବିଶ୍ୱରେ ୫.୨୨ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୨.୬୧ ଲକ୍ଷ ଲୋକଙ୍କର ଏଥିରେ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri