Posted inଖେଳ

ରୋନାଲ୍ଡୋ ବିଶ୍ୱର ଶ୍ରେଷ୍ଠ, କ୍ରିକେଟ୍‌ରେ କୋହଲି

ନୂଆଦିଲ୍ଲୀ,୧୩ା୧୨: ଗୁଗଲ ପକ୍ଷରୁ ସର୍ବାଧିକ ସର୍ଚ୍ଚ କରାଯାଇଥବା ଖେଳାଳିଙ୍କ ଏକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। କ୍ରିକେଟରଙ୍କ ମଧ୍ୟରେ ବିରାଟ କୋହଲି ଏହି ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ବିଶ୍ୱରେ ସବୁଠାରୁ ଅଧିକ ଖୋଜା ଯାଇଥିବା ଆଥଲେଟଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି କ୍ରିଷ୍ଟିଆନୋ ରୋନାଲ୍ଡୋ। ମଙ୍ଗଳବାର ବିଗତ ୨୫ ବର୍ଷ ମଧ୍ୟରେ ସର୍ବାଧିକ ସର୍ଚ୍ଚ କରାଯାଇଥିବା ଖେଳାଳିଙ୍କ ତାଲିକାର ଏକ ଭିଡିଓ ଗୁଗଲ ଏହାର ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରିଥିଲା। ଗୁଗଲରେ କ୍ରିକେଟ ଓ କ୍ରିକେଟରଙ୍କ ସମ୍ପର୍କିତ ସର୍ଚ୍ଚରେ ବିରାଟ କୋହଲି ପ୍ରଥମ ସ୍ଥାନରେ ରହିଛନ୍ତି। ତେବେ ବିଶ୍ୱରେ ସର୍ବାଧିକ ଖୋଜା ଯାଇଥିବା ଆଥଲେଟଙ୍କ ମଧ୍ୟରେ କିଙ୍ଗ କୋହଲି ପ୍ରଥମ ସ୍ଥାନରେ ନାହାନ୍ତି। ପର୍ତ୍ତୁଗାଲ ଫୁଟବଲ ଦଳର ଅଧିନାୟକ ତଥା ପୂର୍ବତନ ରିୟଲ ମାଡ୍ରିଡ ଓ ମାଞ୍ଚେଷ୍ଟର ୟୁନାଇଟେଡ୍‌ ଫରଓ୍ବାର୍ଡ କ୍ରିଷ୍ଟିଆନୋ ରୋନାଲ୍ଡୋ ପ୍ରଥମ ସ୍ଥାନରେ ରହିଛନ୍ତି। ତେବେ ରୋନାଲ୍ଡୋ କେବଳ ପ୍ରଥମ ସ୍ଥାନରେ ଅଛନ୍ତି ତାହା ନୁହେଁ ବରଂ ସେ ନିଜର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ରୋନାଲ୍ଡୋଙ୍କୁ ୧୯୯.୪ ମିଲିୟନ ଲୋକ ସର୍ଚ୍ଚ କରିଛନ୍ତି। ଏପରିକି ସ୍ବୟଂ କୋହଲି ମଧ୍ୟ ଅନେକ ସାକ୍ଷାତକାରରେ ନିଜକୁ ରୋନାଲ୍ଡୋଙ୍କ ଫ୍ୟାନ୍‌ ଭାବରେ ନିଜକୁ ବର୍ଣ୍ଣନା କରିଛନ୍ତି। କୋହଲି କ୍ରିକେଟରଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ରହିଥିବା ବେଳେ ବିଶ୍ୱର ମୋଷ୍ଟ ସର୍ଚ୍ଚଡ୍‌ ଆଥଲେଟଙ୍କ ମଧ୍ୟରେ ପଞ୍ଚମ ସ୍ଥାନରେ ରହିଛନ୍ତି। ସମଗ୍ର ବିଶ୍ୱରେ କୋହଲିଙ୍କୁ ୬୮ ମିଲିୟନ ଲୋକ ସର୍ଚ୍ଚ କରିଛନ୍ତି। ଗୁଗଲ ପକ୍ଷରୁ ଜାରି କରାଯାଇଥିବା ତାଲିକା ଅନୁସାରେ ଫୁଟବଲ ସର୍ବାଧିକ ସର୍ଚ୍ଚ କରାଯାଇଥିବା ଖେଳ ମଧ୍ୟରେ ପ୍ରଥମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri