Posted inଖେଳ

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ୨୦୧୦ ପରେ ପୂର୍ବତନ ଚାମ୍ପିୟନ ସ୍ପେନ ପ୍ରଥମ ଥର ପାଇଁ କ୍ୱାର୍ଟର ଫାଇନାଲରେ ସ୍ଥାନ ପକ୍କା କରିଛି। ଅନ୍ୟପକ୍ଷରେ ଏହି ପରାଜୟ ସହ ମହାନ ଫୁଟବଲର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ ହୋଇଛି। ସ୍ପେନ ଆସନ୍ତା ଶନିବାର ତା’ର କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଇଙ୍ଗଲେଉଡ୍‌ଠାରେ ଖେଳିବ। ହେଲେ କାହାକୁ ଭେଟିବ, ତାହା ମଙ୍ଗଳବାର ଆମେରିକା ଓ ବେଲଜିୟମ୍‌ ମଧ୍ୟରେ ଖେଳାଯିବାକୁ ଥିବା ପ୍ରି-କ୍ୱାର୍ଟର ମ୍ୟାଚ୍‌ର ଫଳାଫଳ ଉପରେ ନିର୍ଭର କରେ।
ପ୍ରାୟ ୮୦ ହଜାର ଦର୍ଶକରେ ପରିପୂର୍ଣ୍ଣ ଡଲାସ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ରହିଥିଲା। ଉଭୟ ଦଳକୁ କିଛି ସୁବର୍ଣ୍ଣ ସୁଯୋଗ ମିଳିଥିଲା। ଦୁଇ ଦଳର ଗୋଲକିପର ଡିଓଗୋ କୋଷ୍ଟା ଓ ଉନାଇ ସିମନ ପ୍ରତ୍ୟେକ ଶଟ୍‌ ସେଭ କରିଥିଲେ। ପର୍ତ୍ତୁଗାଲ ପାଇଁ କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ନୁନୋ ମେଣ୍ଡେସ ସୁଯୋଗ ହାତଛଡ଼ା କରିଥିବା ବେଳେ ସ୍ପେନ ପକ୍ଷରୁ ମିକେଲ ଓୟାର୍ଜାବଲ ସୁବର୍ଣ୍ଣ ସୁଯୋଗର ଫାଇଦା ଉଠାଇବାରେ ବିଫଳ ହୋଇଥିଲେ। ଦ୍ୱିତୀୟାର୍ଦ୍ଧର ୯୦ ମିନିଟ୍‌ ପର୍ଯ୍ୟନ୍ତ ମ୍ୟାଚ୍‌ ଗୋଲ ଶୂନ୍ୟ ରହିଥିଲା। ଇଞ୍ଜୁରି ଟାଇମ୍‌ରେ ଫେରାନ ଟୋରେସଙ୍କଠାରୁ ପାଇଥିବା ପାସ୍‌କୁ ମିକେଲ ମେରିନୋ (୯୦+୧) ଗୋଲରେ ପରିଣତ କରିଥିଲେ। ସ୍କୋର ବରାବର କରିବା ପାଇଁ ଅନ୍ତିମ ମିନିଟ୍‌ରେ ପର୍ତ୍ତୁଗାଲକୁ ଏକ ସୁଯୋଗ ମିଳିଥିଲା। ହେଲେ ଜୋଆଓ ନେଭେସଙ୍କ ହେଡର ଗୋଲ ପୋଷ୍ଟ ବାହାରକୁ ଚାଲି ଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?