Posted inଖେଳ

ରୋନିତ ଚାମ୍ପିୟନ

ଭୁବନେଶ୍ୱର, ୧।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରବିବାର ୨ୟ ଶ୍ୟାମଳୀ ଦେ ମେମୋରିଆଲ ସ୍କୁଲ୍ସ ଓପନ ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଟୁର୍ନାମେଣ୍ଟରେ ଜଟଣୀର ଆଶା ଇଣ୍ଟରନ୍ୟାଶନାଲ ସ୍କୁଲର ରୋନିତ ଅଗ୍ରଓ୍ବାଲ ପୂରା ୫ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ଖଣ୍ଡଗିରି ସେଣ୍ଟ ଜାଭିୟର୍ସ ହାଇସ୍କୁଲର ସାଇ ଅଂଶୁମାନ ସିଂ ୪.୫ ପଏଣ୍ଟ ସହିତ ରନରଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ତ୍ରିଦେବ ତୀର୍ଥଙ୍କର, ସି.ଏଚ୍‌. କାର୍ତ୍ତିକେଶ, ସୂର୍ଯ୍ୟାଂଶୁ ମହାକୁଡ଼, ଆୟୁଷ ପରିଡ଼ା, ନମସ୍ୟ ନଳିନୀ, ଲଳିତ ରଞ୍ଜନ ସାହୁ, ପ୍ରତ୍ୟୁଷ ନାୟକ, ଦିବ୍ୟାଂଶୁ କୁମାର ପଶାୟତ ଟପ୍‌-୧୦ ଫିନିଶ୍‌ କରିଛନ୍ତି। ମୁଖ୍ୟ ପୁରସ୍କାର ବ୍ୟତୀତ ୭, ୯, ୧୧, ୧୩ ବର୍ଷରୁ କମ୍‌ ଓ ବାଳିକା ବର୍ଗରେ ୨ ଜଣ ଲେଖାଏ ଏବଂ ୬ ଖେଳାଳିଙ୍କୁ ସ୍ବତନ୍ତ୍ରଭାବେ ପୁରସ୍କୃତ କରାଯାଇଛି। ୪ ବର୍ଷ ୧୦ ମାସର ଜି. ଗୋମେଶ ପ୍ରତିଯୋଗିତାର ସର୍ବକନିଷ୍ଠ ପ୍ରତିଯୋଗୀ ଥିଲେ। ଏସ୍‌ଡିଏମ୍‌ ସଫ୍ଟଓ୍ବେର ସଲ୍ୟୁଶନ୍ସର ପରିଚାଳନା ନିର୍ଦ୍ଦେଶକ ଦୀପରେଖା ଦେ ଓ ବରଗଡ଼ ବ୍ରିଟ୍‌ କଲୋନୀସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବରିଷ୍ଠ ଶିକ୍ଷୟିତ୍ରୀ ଶୁଭଲକ୍ଷ୍ମୀ ପଟ୍ଟନାୟକ ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଆର୍ବିଟର ଦେବାଶିଷ ପାଣିଗ୍ରାହୀ ଓ ସାଇ ବୀଣାପାଣି ଜ୍ଞାନମନ୍ଦିରର ସମ୍ପାଦକ ଭବାନୀ ଶଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri