ଫାଇଟର ପାଇଲଟ୍‌ ହେବା ରୋନିତ୍‌ଙ୍କ ଲକ୍ଷ୍ୟ

ଭୁବନେଶ୍ୱର, (ବ୍ୟୁରୋ)/ପଦ୍ମପୁର(ଡିଏନ୍‌ଏ)୧୧।୩:ନ୍ୟାଶନାଲ୍‌ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ) ପ୍ରବେଶିକା ପରୀକ୍ଷାରେ ଓଡ଼ିଆ ପୁଅ ରୋନିତ୍‌ ରଞ୍ଜନ ନାୟକ ଟପ୍ପର ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ବଛଡ଼ା ପାଢ଼ୀସାହିର ରୋନିତ୍‌ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି। ନିଜ ସଫଳତା ପରେ ରୋନିତ୍‌ କହିଛନ୍ତି, ପରୀକ୍ଷା ଭଲ ହୋଇଥିଲା। କିନ୍ତୁ ର଼୍ୟାଙ୍କ୍‌ ୧ ପାଇବି ବୋଲି ଆଶା ନ ଥିଲା। ସର୍ବଭାରତୀୟ ସ୍ତରରେ ପ୍ରଥମ ହୋଇଥିବାରୁ ଖୁସି ଲାଗୁଛି। ବହୁ ପରିଶ୍ରମ ପରେ ଏହି ସଫଳତା ପାଇଛି। ଟାଇମ୍‌ ଟେବୁଲ ଫଲୋ କରିବାରୁ ସଫଳତା ପାଇପାରିଲି। ଆଗକୁ ଏଭିଏଶନ୍‌ ୱିଙ୍ଗ୍‌ରେ ଯୋଗଦେଇ ଫାଇଟର ପାଇଲଟ୍‌ ହେବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ରୋନିତ୍‌ କହିଛନ୍ତି। ନିଜର ସଫଳତା ପାଇଁ ସେ ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’, ବାପା ଓ ପ୍ରଶିକ୍ଷଣଗଣଙ୍କୁ ଶ୍ରେୟ ଦେଇଛନ୍ତି।
ସୂଚନାଯୋଗ୍ୟ, ଗୋଆସ୍ଥିତ ନାଭାଲ ପବ୍ଲିକ୍‌ ସ୍କୁଲର ପ୍ରାଥମିକ ଶିକ୍ଷା ଓ କେନ୍ଦ୍ରୀୟ ବିଦ୍ୟାଳୟରୁ ରୋନିତ ମାଟ୍ରିକ ପାସ୍‌ କରିଥିଲେ। ଏହାପରେ ସେନାବାହିନୀରେ କ୍ୟାରିୟର କରିବାକୁ ସେ କୋହ୍ଲାପୁରସ୍ଥିତ ଆର୍ମଡ୍‌ ଫୋର୍ସେସ୍‌ ପ୍ରିପାରେଟୋରୀ ଇନ୍‌ଷ୍ଟିଚ୍ୟୁଟ୍‌ରେ ପ୍ରଶିକ୍ଷଣ ନେଉଥିଲେ। ରୋନିତଙ୍କ ମା’ ଅନ୍ନପୂର୍ଣ୍ଣା ନାୟକ ଗୃହିଣୀ ଓ ବାପା ରଶ୍ମିରଞ୍ଜନ ନାୟକ ଗୋଆସ୍ଥିତ ନୌସେନା ବିମାନବନ୍ଦର ଆଇଏନ୍‌ଏସ୍‌ ହଂସରେ ମାଷ୍ଟର ଚିଫ୍‌ ପେଟି ଅଫିସର ଭାବେ କାର୍ଯ୍ୟରତ। ଉକ୍ତ ସଂସ୍ଥାନରୁ ଚଳିତବର୍ଷ ୪ ଜଣ ଛାତ୍ର ଏନ୍‌ଡିଏରେ ସଫଳ ହୋଇଛନ୍ତି। ଏନ୍‌ଡିଏ ପରୀକ୍ଷାରେ ରୋନିତ୍‌ଙ୍କ ସହିତ କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ୍‌ ଆଇନିପଡ଼ାର ଗୌରବ ନାଥ ମଧ୍ୟ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri