ଫାଇଟର ପାଇଲଟ୍‌ ହେବା ରୋନିତ୍‌ଙ୍କ ଲକ୍ଷ୍ୟ

ଭୁବନେଶ୍ୱର, (ବ୍ୟୁରୋ)/ପଦ୍ମପୁର(ଡିଏନ୍‌ଏ)୧୧।୩:ନ୍ୟାଶନାଲ୍‌ ଡିଫେନ୍ସ ଏକାଡେମୀ (ଏନ୍‌ଡିଏ) ପ୍ରବେଶିକା ପରୀକ୍ଷାରେ ଓଡ଼ିଆ ପୁଅ ରୋନିତ୍‌ ରଞ୍ଜନ ନାୟକ ଟପ୍ପର ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତ ବଛଡ଼ା ପାଢ଼ୀସାହିର ରୋନିତ୍‌ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି। ନିଜ ସଫଳତା ପରେ ରୋନିତ୍‌ କହିଛନ୍ତି, ପରୀକ୍ଷା ଭଲ ହୋଇଥିଲା। କିନ୍ତୁ ର଼୍ୟାଙ୍କ୍‌ ୧ ପାଇବି ବୋଲି ଆଶା ନ ଥିଲା। ସର୍ବଭାରତୀୟ ସ୍ତରରେ ପ୍ରଥମ ହୋଇଥିବାରୁ ଖୁସି ଲାଗୁଛି। ବହୁ ପରିଶ୍ରମ ପରେ ଏହି ସଫଳତା ପାଇଛି। ଟାଇମ୍‌ ଟେବୁଲ ଫଲୋ କରିବାରୁ ସଫଳତା ପାଇପାରିଲି। ଆଗକୁ ଏଭିଏଶନ୍‌ ୱିଙ୍ଗ୍‌ରେ ଯୋଗଦେଇ ଫାଇଟର ପାଇଲଟ୍‌ ହେବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ରୋନିତ୍‌ କହିଛନ୍ତି। ନିଜର ସଫଳତା ପାଇଁ ସେ ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’, ବାପା ଓ ପ୍ରଶିକ୍ଷଣଗଣଙ୍କୁ ଶ୍ରେୟ ଦେଇଛନ୍ତି।
ସୂଚନାଯୋଗ୍ୟ, ଗୋଆସ୍ଥିତ ନାଭାଲ ପବ୍ଲିକ୍‌ ସ୍କୁଲର ପ୍ରାଥମିକ ଶିକ୍ଷା ଓ କେନ୍ଦ୍ରୀୟ ବିଦ୍ୟାଳୟରୁ ରୋନିତ ମାଟ୍ରିକ ପାସ୍‌ କରିଥିଲେ। ଏହାପରେ ସେନାବାହିନୀରେ କ୍ୟାରିୟର କରିବାକୁ ସେ କୋହ୍ଲାପୁରସ୍ଥିତ ଆର୍ମଡ୍‌ ଫୋର୍ସେସ୍‌ ପ୍ରିପାରେଟୋରୀ ଇନ୍‌ଷ୍ଟିଚ୍ୟୁଟ୍‌ରେ ପ୍ରଶିକ୍ଷଣ ନେଉଥିଲେ। ରୋନିତଙ୍କ ମା’ ଅନ୍ନପୂର୍ଣ୍ଣା ନାୟକ ଗୃହିଣୀ ଓ ବାପା ରଶ୍ମିରଞ୍ଜନ ନାୟକ ଗୋଆସ୍ଥିତ ନୌସେନା ବିମାନବନ୍ଦର ଆଇଏନ୍‌ଏସ୍‌ ହଂସରେ ମାଷ୍ଟର ଚିଫ୍‌ ପେଟି ଅଫିସର ଭାବେ କାର୍ଯ୍ୟରତ। ଉକ୍ତ ସଂସ୍ଥାନରୁ ଚଳିତବର୍ଷ ୪ ଜଣ ଛାତ୍ର ଏନ୍‌ଡିଏରେ ସଫଳ ହୋଇଛନ୍ତି। ଏନ୍‌ଡିଏ ପରୀକ୍ଷାରେ ରୋନିତ୍‌ଙ୍କ ସହିତ କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ୍‌ ଆଇନିପଡ଼ାର ଗୌରବ ନାଥ ମଧ୍ୟ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri