ବିସ୍ଫୋରଣରେ ଭୁଶୁଡ଼ିଲା ଛାତ: ନିଆଁ ଲାଗି ଜଣେ ଗୁରୁତର

ଚାନ୍ଦବାଲି,୨୭।୧୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଦକ୍ଷିଣସାହି ଗ୍ରାମରେ ରବିବାର ଅପରାହ୍ନରେ ଏକ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଏତେ ଶକ୍ତିଶାଳୀ ଥିଲା ଯେ, ଘର ଛାତ ଭୁଶୁଡି ପଡିଥିବା ଜଣାପଡିଛି। ଏଥିରେ ବିଷ୍ଣୁମୋହନ ସାହୁ(୪୫) ନାମକ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ତାଙ୍କ ଶରୀରର ଅନେକ ଅଂଶ ପୋଡି ଯାଇଥିବା ବେଳେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ କଟକର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି।

ଗ୍ୟାସ ଚୁଲାରୁ ଏହି ଅଗ୍ନିକାଣ୍ଡ ଘଟିବା କଥା କୁହାଯାଇଥିବା ବେଳେ ଘରେ ଥିବା ବାଣରୁ ଏଭଳି ଘଟଣା ଘଟିଥିବା ଆଲୋଚନା ହେଉଛି। ବିସ୍ଫୋରଣ ପରେ ଘରେ ନିଆଁ ଲାଗିଯାଇଥିଲା। ଘରେ ଲାଗିଥିବା ଇନ୍‌ଭର୍ଟର ବ୍ୟାଟେରୀ ସମେତ ସମସ୍ତ ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଚାନ୍ଦବାଲିରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଅନ୍ୟପକ୍ଷେ ଅଗ୍ନିକାଣ୍ଡ ସମୟରେ ଏକ ପ୍ରଚଣ୍ଡ ଶବ୍ଦ ହେବାରୁ ସ୍ଥାନୀୟ ଲୋକ ଭୟଭୀତ ହୋଇ ପାଖକୁ ଯାଇ ନ ଥିଲେ। ଏପରି କି ଘରକୁ ଲାଗିଥିବା ନଡା ଛପର ରୋଷେଇ ଘରୁ ନିଆଁ ଉଠି ଶୋଇବା ଘରକୁ ବ୍ୟାପି ଯାଇଥିଲା। ଘରେ ଶୋଇଥିବା ବିଷ୍ଣୁମୋହନ ବାହାରକୁ ଆସି ପାରି ନ ଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ସ୍ତ୍ରୀ ମଞ୍ଜୁଲତା ମଧ୍ୟ ଆହତ ହୋଇଛନ୍ତି । ଖବର ପାଇ ଚାନ୍ଦବାଲି ଥାନା ଅଧିକାରୀ କରୁଣାକର ରାଉତ, ଫାଣ୍ଡି ଅଧିକାରୀ ବୁଦ୍ଧିରାମ ମହାନ୍ତି, ତହସିଲଦାର ସୁଶାନ୍ତ ସୂତାର, ଅତିରିକ୍ତ ତହସିଲଦାର ପ୍ରଶାନ୍ତ ମହାରଣା ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri