Posted inଜାତୀୟ

ରୋପ୍‌ଓ୍ବେ ଛିଣ୍ଡି ଚାଲିଗଲା ୬ ଜୀବନ

ହାଲୋଲ,୬ା୯: ଗୁଜରାଟର ପଞ୍ଚମହଲ ଜିଲା ଅଧୀନ ପଭଗଡ଼ ହିଲ୍‌ରେ ଶନିବାର ଏକ ଅଘଟଣ ଘଟିଛି। ଏକ କାର୍ଗୋ ରୋପ୍‌ଓ୍ବେର କେବୁଲ ତାର ଛିଣ୍ଡିଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି।

ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ପୋଲିସ ଏବଂ ଅଗ୍ନିଶମ ବାହୀନି ନିୟୋଜିତ ହୋଇଛନ୍ତି। ମହାକାଳିକା ମନ୍ଦିର ପାଇଁ ପଭଗଡ଼ ହିଲ୍‌ ପ୍ରସିଦ୍ଧ। ଉକ୍ତ ମନ୍ଦିରକୁ ଯିବା ପାଇଁ ଶ୍ରଦ୍ଧାଳୁମାନେ କେବୁଲ କାର୍‌ର ସହାୟତା ନେଇଥାନ୍ତି ନଚେତ୍‌ ୨,୦୦୦ ଫୁଟ୍‌ ପାହାଚ ଚଢ଼ିଥାନ୍ତି।

ବିଭିନ୍ନ ସାମଗ୍ରୀ ପରିବହନ ପାଇଁ ଉଦ୍ଦିଷ୍ଟ ଉକ୍ତ ରୋପ୍‌ଓ୍ବେରେ ୬ ଜଣ ଥିବାବେଳେ ଏହା ଛିଡ଼ିପଡ଼ିଥିଲା ବୋଲି ପଞ୍ଚମହଲା ଜିଲାପାଳ ଅଜୟ ଦହିୟା କହିଛନ୍ତି। ମୃତକଙ୍କ ମଧ୍ୟରୁ ୨ ଜଣ ଲିଫ୍ଟ ଅପରେଟର ହୋଇଥିବା ବେଳେ ୨ ଶ୍ରମିକ ଓ ଅନ୍ୟ ୨ ଜଣ ଥିଲେ ବୋଲି ଜଣାପଡିଛି। ଖରାପ ପାଗ ଯୋଗୁ ଜନସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ମୁଖ୍ୟ ରୋପ୍‌ଓ୍ବେ ୨ ଦିନ ହେଲା ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଛିଡ଼ା ହୋଇଥିବା ବେଳେ ଆପଣ କାହିଁକି ବସିଛନ୍ତି?…ଫଟୋ ଦେଖାଇ PM ମୋଦିଙ୍କ ଉପରେ ବର୍ଷିଲେ ମମତା

କୋଲକାତା,୮।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri